ସାଧାରଣ ନିର୍ବାଚନ ପାଇଁ ବିଜେଡି ନିଜର ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ସାଧାରଣ ନିର୍ବାଚନ ପାଇଁ ବିଜେଡି ଆଜି ନିଜର ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ପ୍ରାର୍ଥୀମାନଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ପର୍ଯ୍ୟାୟରେ ଦଳ ୭୧ ବିଧାନସଭା ଓ ୯ ଲୋକସଭା ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି |

ହିଞ୍ଜିଳିକାଟୁ ବିଧାନସଭା ଆସନରୁ ଲଢ଼ିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି ସମ୍ବଲପୁର ଲୋକସଭା ଆସନରୁ ପ୍ରାର୍ଥୀ ହେଲେ ପ୍ରଣବ ପ୍ରକାଶ ଦାସ । ପ୍ରଥମ ପର୍ଯ୍ୟାୟରେ ବିଜେଡି 9ଟି ଲୋକସଭା ଏବଂ 72ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛନ୍ତି । ଆଜି ଘୋଷଣା ହୋଇଥିବା ବିଧାନସଭା ପ୍ରାର୍ଥୀ ତାଲିକାରେ ଦଳ ୯୦ ପ୍ରତିଶତ ପ୍ରାର୍ଥୀଙ୍କୁ ରିପିଟ୍ କରିଛି ଦଳ। ବିଜେପିର ବଢ଼ୁଥିବା ଲୋକପ୍ରିୟତା ଓ ଦଳୀୟ କନ୍ଦଳକୁ ଦେଖି ପ୍ରାର୍ଥୀ ତାଲିକାରେ ବିଜେଡି ବିଶେଷ ପରିବର୍ତ୍ତନ କରିବାକୁ ସାହାସ କରିପାରିନି । ବିଧାନସଭା ଓ ଲୋକସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜୁ ଜନତା ଦଳ।

ବିଧାନସଭା ପାଇଁ ବିଷମକଟକରୁ ଜଗନ୍ନାଥ ସାରକା, ଗୁଣପୁରରୁ ରଘୁନାଥ ଗମାଙ୍ଗ, ରାୟଗଡ଼ାରୁ ଅନସୂୟା ମାଝୀ, ବରଗଡ଼ରୁ ଦେବେଶ ଆଚାର୍ଯ୍ୟଙ୍କୁ ପ୍ରାର୍ଥୀ କରିଛି ବିଜେଡି। ସେହିପରି ବିଜେପୁରରୁ ରିତା ସାହୁ, ଅତାବିରାରୁ ସ୍ନେହାଙ୍ଗିନୀ ଛୁରିଆ, ଭଟଲିରୁ ସୁଶାନ୍ତ ସିଂହ, ଜଳେଶ୍ବରରୁ ଅଶ୍ବିନୀ ପାତ୍ର, ବସ୍ତାରୁ ସୁବାସିନୀ ଜେନାଙ୍କୁ ପ୍ରାର୍ଥୀ କରାଯାଇଛି। ଭଣ୍ଡାରୀପୋଖରୀରୁ ସଂଜୀବ ମଲ୍ଲିକ, ଭଦ୍ରକରୁ ପ୍ରଫୁଲ୍ଲ ସାମଲ, ବାସୁଦେବପୁରରୁ ବିଷ୍ଣୁବ୍ରତ ରାଉତରାୟ, ଧାମନଗରରୁ ସଂଜୟ ଦାସ, ଚାନ୍ଦବାଲିରୁ ବ୍ୟୋମକେଶ ରାୟ ବିଂଝାରପୁରରୁ ପ୍ରମିଳା ମଲ୍ଲିକ, ଧର୍ମଶାଳାରୁ ପ୍ରଣବ ବଳବନ୍ତରାୟ, ଯାଜପୁରରୁ ସୁଜାତା ସାହୁ, ସୁକିନ୍ଦାରୁ ପ୍ରୀତିରଂଜନ ଘଡ଼ାଇ ପ୍ରାର୍ଥୀ ହୋଇଛନ୍ତି।

Leave A Reply

Your email address will not be published.