ଲୋୟର ପିଏମ୍‌ଜିରେ ପୋଲିସ-ବିଜେଡି କର୍ମୀଙ୍କ ଆନ୍ଦୋଳନ

0

ଓଡ଼ିଆ ନ୍ୟୁଜ୍:ଲୋୟର ପିଏମ୍‌ଜିରେ ବିଜେଡି କର୍ମୀଙ୍କ ଆନ୍ଦୋଳନ। ବିଜେଡି ପକ୍ଷରୁ ଲୋକସେବା ଭବନ ଘେରାଉ ଉଦ୍ୟମ। ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ନେଇ ସୁରକ୍ଷା କଡ଼ାକଡ଼ି କରାଯାଇଛି। ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଗୋଟିଏ ପରେ ବିଜେଡି ଆନ୍ଦୋଳନକୁ ଓହ୍ଲାଇଥିବାବେଳେ ଅନ୍ୟପଟେ ଆସନ୍ତାକାଲି ଓଡ଼ିଶାବନ୍ଦ ଡାକରା ଦେଇଛି କଂଗ୍ରେସ। ଆଜି ବିଜେଡି ପକ୍ଷରୁ ଲୋକସେବା ଭବନ ଘେରାଉ ଉଦ୍ୟମ କରାଯାଇଛି। ଲୋୟର ପିଏମ୍‌ଜିରେ ବିଜେଡି କର୍ମୀ ଆନ୍ଦୋଳନ କରୁଛନ୍ତି।

ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ନେଇ ସୁରକ୍ଷା କଡ଼ାକଡ଼ି କରାଯାଇଛି। ହେଲେ ସ୍ଥିତି ଏବେ ଅନିୟନିୟନ୍ତ୍ରିତ। ଆନ୍ଦୋଳନ ବେଳେ ପୋଲିସ-ବିଜେଡି କର୍ମୀ ମୁହାଁମୁହିଁ ହୋଇଛନ୍ତି। ଲୋୟର ପିଏମ୍‌ଜିରେ ପ୍ରଥମ ବାରିକେଡ ଭାଙ୍ଗିଲେ ବିଜେଡି କର୍ମୀ। ଆନ୍ଦୋଳନ ବେଳେ ପାଣିମାଡ଼ ପରେ ଲୁହବୁହା ଗ୍ୟାସ ପ୍ରୟୋଗ କରିଛି ପୋଲିସ। ସେପଟେ ଆନ୍ଦୋଳନକାର-ଶତାଧିକ ବିଜେଡି କର୍ମୀଙ୍କୁ ଉଠାଇ ନେଇ ପୋଲିସ ଅଟକ ରଖିଛି।

Leave A Reply

Your email address will not be published.