ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ୨୪ ବର୍ଷ ଅପେକ୍ଷାର ଅନ୍ତ । ଓଡ଼ିଶାରେ ବିଜେପି ସରକାର । କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଆଜି ଅପରାହ୍ନରେ ବିଧିବଦ୍ଧ ଭାବେ ଶପଥ ଗ୍ରହଣ କରିବେ। ଏଥିଲାଗି ଭୁବନେଶ୍ବର ଜନତା ମଇଦାନରେ ହୋଇଛି ଭବ୍ୟ ଆୟୋଜନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ଆୟୋଜିତ ହେବ ଶପଥ ଗ୍ରହଣ ଉତ୍ସବ।
ଗତକାଲି ବିଜେପି ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କ ନାଁ ଘୋଷଣା ହେବା ପରେ ତାଙ୍କୁ ଅର୍ଡର ଅଫ୍ ଆପଏଣ୍ଟମେଣ୍ଟ ପ୍ରଦାନ କରିଛନ୍ତି ରାଜ୍ୟପାଳ ରଘୁବର ଦାସ। ଏଥିସହ ତାଙ୍କୁ ରାଜ୍ୟରେ ସରକାର ଗଠନ ଲାଗି ଆମନ୍ତ୍ରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ସହ ୨ ଉପମୁଖ୍ୟମନ୍ତ୍ରୀଙ୍କ ନାଁ ମଧ୍ୟ ଘୋଷଣା ହୋଇଛି। ପାଟଣାଗଡ଼ ବିଧାୟକ କନକ ବର୍ଦ୍ଧନ ସିଂହଦେଓ ଏବଂ ନିମାପଡ଼ା ବିଧାୟିକା ପ୍ରଭାତୀ ପରିଡ଼ା ହେବେ ଉପମୁଖ୍ୟମନ୍ତ୍ରୀ। ୨୦୨୪ରେ ସାକାର ହୋଇଛି ୨୪ ବର୍ଷର ସ୍ବପ୍ନ । ଆଜିଠୁ ଓଡ଼ିଶାରେ ଆରମ୍ଭ ହେଉଛି ବିଜେପି ସରକାର ।
କେନ୍ଦୁଝରରୁ ଚାରି ଚାରି ଥରର ବିଧାୟକ ମୋହନ ଚରଣ ମାଝୀ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ । ରାଜ ପରିବାର ଦାୟଦ, ପାଟଣାଗଡ଼ ବିଧାୟକ ତଥା ବରିଷ୍ଠ ବିଜେପି ନେତା କନକ ବର୍ଦ୍ଧନ ସିଂହଦେଓ ଏବଂ ନିମାପଡ଼ାରୁ ପ୍ରଥମ ଥର ବିଧାୟିକା ପ୍ରଭାତୀ ପରିଡ଼ା ନୂଆ ସରକାରରେ ଦୁଇ ଉପ ମୁଖ୍ୟମନ୍ତ୍ରୀ । ଭୁବନେଶ୍ବର ଜନତା ମୈଦାନରେ ଆଜି ଅପରାହ୍ନ ୪ଟା ୩୦ ମିନିଟରେ ଶପଥ ସମାରୋହ । ଶପଥ ଉତ୍ସବରେ ସାମିଲ ହେଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହା ସହ ଏଥିରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ର ମନ୍ତ୍ରୀମାନେ ମଧ୍ୟ ଯୋଗ ଦେଉଛନ୍ତି ।
Comments are closed.