ଆସନ୍ତା କାଲି ଓଡ଼ିଶା ଆସିବେ ବିଜେପି ନେତା ଅରୁଣ ଗୋଭିଲ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆସନ୍ତା କାଲି ଓଡ଼ିଶା ଆସିବେ ବିଜେପି ନେତା ଅରୁଣ ଗୋଭିଲ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହଙ୍କ ପରେ ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ନେତା ତଥା ରାମାୟଣର ରାମ ଅରୁଣ ଗୋଭିଲ।  ସେ ରାମଙ୍କ ଚରିତ୍ରରେ ନିଖୁଣ ଅଭିନୟ କରି ଦର୍ଶକଙ୍କ ମନ ଜିତିଥିଲେ ।

ବର୍ତମାନ ସେ ରାଜନୀତିରେ ନିଜର ପାଦ ଥାପିଛନ୍ତି ।ସାଧାରଣ ନିର୍ବାଚନ ପାଇଁ ପ୍ରଚାର କରିବାକୁ ଆସୁଛନ୍ତି ଅରୁଣ ଗୋଭିଲ ଓଡିଶା।  ସେ ୨୨ତାରିଖରେ ୪ଟି ସଭାରେ ଯୋଗଦେବେ । ଚମ୍ପୁଆ, ତେଲକୋଇ, ଢେଙ୍କାନାଳ ଓ ବାଲିପାଟଣାରେ ସଭା କରିବେ ଅରୁଣ । ସେହିପରି ଆସନ୍ତା ୨୩ ତାରିଖରେ ଓଡ଼ିଶା ଆସିବେ ପୁଣି ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା।

କରଞ୍ଜିଆ, ଧାମନଗର, ବଡ଼ଚଣା ଓ ବାଲିକୁଦାରେ ତାଙ୍କର ସଭା ହେବ। ସେହିଦିନ ଅର୍ଥାତ ୨୩ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ଯୋଗୀ ଆଦିତ୍ୟନାଥ। ଚିଲିକା ଓ ସାଲେପୁର କୁଳିଆରେ ହେବାକୁ ଥିବା ନିର୍ବାଚନୀ ସଭାରେ ଯୋଗୀ ଆଦିତ୍ୟନାଥ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ବିଜେପିର ବଡ଼ ବଡ଼ ଷ୍ଟାର ପ୍ରଚାରକଙ୍କ ଗସ୍ତକୁ ନେଇ ଉତ୍ସାହିତ ଅଛନ୍ତି ବିଜେପି କର୍ମକର୍ତ୍ତା।

Comments are closed.