ପରଲୋକରେ ଧାମନଗର ବିଧାୟକ ତଥା ବିଜେପି ନେତା ବିଷ୍ଣୁ ସେଠୀ, କିଡନୀ ରୋଗରେ ଥିଲେ ଆକ୍ରାନ୍ତ

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ବିଜେପି ବିଧାୟକ ତଥା ବିରୋଧୀ ଦଳର ଉପନେତା ବିଷ୍ଣୁଚରଣ ସେଠୀଙ୍କର ଆଜି ସକାଳେ ପରଲୋକ ହୋଇଯାଇଛି । ଦୀର୍ଘଦିନ ଧରି ସେ କିଡ଼ନୀ ରୋଗରେ ଆକ୍ରାନ୍ତ ଭୁବନେଶ୍ବରର ଏମସରେ ଚିକିତ୍ସିତ ହେଉଥିଲେ। କିଛିଦିନ ତଳେ ତାଙ୍କର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ହେଲେ ଆଜି ସକାଳେ ମାତ୍ର ୬୧ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି।

ବିଷ୍ଣୁ ଧାମନଗର ଆସନର ବିଧାୟକ ଥିଲେ। ସେ ୨୦୦୦ ମସିହାରେ ଚାନ୍ଦବାଲିରୁ ଏବଂ ୨୦୧୯ରେ ଧାମନଗରରୁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ୧୯୬୧ ମସିହା ଜୁନ ୫ରେ ସେ ଜନ୍ମଗ୍ରହଣ କରିଥିବା ବିଷ୍ଣୁ ବେଶ ଲୋକପ୍ରିୟ ନେତା ଭାବେ ପରିଚିତ ଥିଲେ। ତାଙ୍କ ପରଲୋକରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।

Leave A Reply

Your email address will not be published.