ବରିଷ୍ଠ ନେତା ଓ ବିଧାୟକ ପ୍ରାର୍ଥୀ ନରେନ୍ଦ୍ର ନାଥ ନାୟକଙ୍କ ନିଧନରେ ରାଜ୍ୟ ବିଜେପିର ଶୋକ,ରାଜ୍ୟ କାର୍ଯ୍ୟାଳୟରେ ଶେଷଦର୍ଶନ ଓ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କଲେ କାର୍ଯ୍ୟକର୍ତା

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ):  ବରିଷ୍ଠ ବିଜେପି ନେତା, ଅନୁସୂଚିତ ଜାତି ମୋର୍ଚ୍ଚା ପୂର୍ବତନ ରାଜ୍ୟ ସାଧାରଣ ସଂପାଦକ ତଥା ବିଧାୟକ ପ୍ରାର୍ଥୀ ନରେନ୍ଦ୍ର ନାଥ ନାୟକ(ନରି ଭାଇ)ଙ୍କ ବିୟୋଗରେ ରାଜ୍ୟ ବିଜେପି ତରଫରୁ ଗଭୀର ଶୋକ ବ୍ୟକ୍ତ କରାଯାଇଛି । ଜୟଦେବ ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ସ୍ୱର୍ଗତଃ ନରେନ୍ଦ୍ର ନାୟକ(ନରି ଭାଇ)ଙ୍କ ଅକାଳ ବିୟୋଗ ଅତ୍ୟନ୍ତ ଦୁଃଖଦାୟକ ଏବଂ ବିଜେପି ପରିବାର ପାଇଁ ଅପୂରଣୀୟ କ୍ଷତି । ପାର୍ଟିର ତୃଣମୂଳ ସ୍ତରରେ ସାଂଗଠନିକ କାର୍ଯ୍ୟକୁ ସୁଦୃଢ କରିବାରେ ତାଙ୍କ ଅବଦାନ ଚିର ସ୍ମରଣୀୟ ହୋଇରହିବ । ସ୍ୱର୍ଗତଃ ନାୟକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଏଭଳି ଦୁଖଦଃ ସମୟରେ ଶୋକସନ୍ତପ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ  ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ସମୀର ମହାନ୍ତି ପ୍ରାର୍ଥନା କରିଛନ୍ତି ।

ସ୍ୱର୍ଗତଃ ନାୟକ ଭୁବନେଶ୍ୱରର କଳିଙ୍ଗ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୬୩ବର୍ଷ ହୋଇଥିଲା । ରାଜ୍ୟ କାର୍ଯ୍ୟାଳୟରେ ସ୍ୱର୍ଗତଃ ନାୟକଙ୍କ ପାର୍ଥୀବ ଶରୀରରେ ରାଜ୍ୟ ଉପ ସଭାପତି ଭୃଗୁ ବକ୍ସିପାତ୍ର ଦଳୀୟ ପତାକା ପ୍ରଦାନ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ । ସ୍ୱର୍ଗତଃ ନାୟକଙ୍କ ଅକାଳ ବିୟୋଗରେ ରାଜ୍ୟ ସାଧାରଣ ସଂପାଦିକା ଡ. ଲେଖାଶ୍ରୀ ସାମନ୍ତସିଂହାର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶାରଦା ଶତପଥୀ, ସୁଦର୍ଶନ ନାୟକ, ସ୍ୱଚ୍ଛ ଭାରତ ରାଜ୍ୟ ସଂଯୋଜକ ମହେଶ୍ୱର ମହାନ୍ତି ସମେତ ବହୁ କାର୍ଯ୍ୟକର୍ତା ଉପସ୍ଥିତ ରହି ଶେଷଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ ।

Leave A Reply

Your email address will not be published.