ଓଡ଼ିଆ ନ୍ୟୁଜ୍: ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା।ତାଲିକାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଛତିଶଗଡ଼ CM ବିଷ୍ଣୁଦେବ ସାଏ।ସଭାପତି ମନମୋହନ ସାମଲ, ୩ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ଅଶ୍ବିନୀ ବୈଷ୍ଣବ ସାମିଲ।
ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ୨ ପ୍ରଭାରି ମଧ୍ୟ ସାମିଲ।ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ, ପ୍ରଭାତୀ ପରିଡ଼ା ଷ୍ଟାର ପ୍ରଚାରକ।ସୁରେଶ ପୂଜାରୀ, ପ୍ରତାପ ଷଡ଼ଙ୍ଗୀ, ଜୟନାରାୟଣ ମିଶ୍ର, ବସନ୍ତ ପଣ୍ଡା ପ୍ରଚାରକରେ ସାମିଲ। ସେହିପରି ସିଦ୍ଧାନ୍ତ ମହାପାତ୍ର, ଆକାଶ ଦାସ ନାୟକ ଏବଂ ଅନୁଭବ ମହାନ୍ତିଙ୍କ ନାଁ ମଧ୍ୟ ଷ୍ଟାର ପ୍ରଚାରକ ତାଲିକାରେ ରହିଛି।