ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର। ବାଲେଶ୍ୱର ଜିଲ୍ଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତ ପୁରୁଷୋତ୍ତମ ପୁର ଗ୍ରାମର ଜଣେ ବ୍ୟକ୍ତି ଗତକାଲିଠାରୁ ନିଖୋଜ ଥିବା ବେଳେ ଆଜି ନିକଟସ୍ଥ ପୋଖରୀରୁ ତାଙ୍କର ମୃତ ଦେହ ଉଦ୍ଧାର କରାଯାଇଛି।

ସୂଚନା ଅନୁସାରେ ପୁରୁଷୋତ୍ତମପୁର ଗ୍ରାମର ଭୀମଚରଣ ମଳିକ (୪୫) ଗତକାଲି ସନ୍ଧ୍ୟାରେ ଘରୁ ବାହାରକୁ ଯାଇଥିବା ବେଳେ ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ଫେରିନଥିଲେ। ଫଳରେ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରି ନିରାଶ ହୋଇଥିଲେ। ଆଜି ନିକଟସ୍ଥ ପୋଖରୀରେ ତାଙ୍କ ମୃତ ଶରୀର ଭାସୁଥିବାର ଦେଖି ସୋର ଅଗ୍ନିଶମ ବିଭଗକୁ ଖବର ଦେଇଥିଲେ।

ଅଗ୍ନିଶମ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ଭୀମଚରଣଙ୍କ ମୃତ ଦେହ ଉଦ୍ଧାର କରି ସୋର ଡାକ୍ତରଖାନାକୁ ନେଇଥିଲେ। ଖବର ପାଇ ସୋର ପୁଲିସ ଡାକ୍ତର ଖାନାରେ ପହଂଚି ୧୫/୨୪ ରେ ଏକ ମାମଲା ରୁଜୁ କରି ଶବ ବ୍ୟବଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.