ଗିରଫ ହେଲେ BRS ଏମଏଲସି କେ କବିତା

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଗିରଫ ହେଲେ BRS ଏମଏଲସି କେ କବିତା । ତେଲେଙ୍ଗାନା ପୂର୍ବତନ ମୁଖ୍ୟମନ୍ତ୍ରୀ କେସିଆରଙ୍କ ଝିଅ କବିତାଙ୍କୁ ଗିରଫ କଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଏହି ମାମଲାରେ ଅଧିକ ପଚରାଉଚରା ପାଇଁ ଏଜେନ୍ସି ଏବେ କେ କବିତାଙ୍କୁ ଦିଲ୍ଲୀ ସ୍ଥାନାନ୍ତର କରିଛି। 10 ଟିମ ଏହି ଚଢାଉରେ ସାମିଲ ହୋଇଥିବା ନେଇ ସୂଚନା ରହିଛି । ତେବେ ଚଢାଉ ସମୟରେ ବାସଭବନକୁ ଅନ୍ୟ କାହାର ପ୍ରବେଶକୁ ବାରଣ କରାଯାଇଥିଲା ।

ତେବେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଥିଲା । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ସିବିଆଇ ଏବଂ ଇଡି ଦ୍ବାରା ଜେରା ହୋଇଥିଲେ କବିତା । ଦିଲ୍ଳୀରେ ପହଞ୍ଚିବା ପରେ ତାଙ୍କୁ ଏଜେନ୍ସି କାର୍ଯ୍ୟାଳୟକୁ ନିଆଯାଇଥିଲା, ଯେଉଁଠାରେ ତାଙ୍କର ଡାକ୍ତରୀ ପରୀକ୍ଷା କରାଯାଇଥିଲା। ଏଜେନ୍ସି ଆଜି ସକାଳେ ଦିଲ୍ଲୀର ରାଉସ୍ ଆଭେନ୍ୟୁ କୋର୍ଟରେ ତେଲେଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓଙ୍କ ଝିଅ କବିତାଙ୍କୁ ପଚରାଉଚରା ପାଇଁ ରିମାଣ୍ଡରେ ନେଇଥିଲା। ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାକୁ ନେଇ ଇଡି ଏବଂ ଆଇଟି ଅଧିକାରୀମାନେ ମିଳିତ ଭାବେ କବିତାଙ୍କ ବାସଭବନରେ ଚଢାଉ ଜାରି ରଖିଛନ୍ତି । ଏହା ପୂର୍ବରୁ କବିତାଙ୍କୁ ପ୍ରାୟ 9 ଘଣ୍ଟା ଜେରା କରାଯାଇଥିଲା । ଇଡି କବିତାଙ୍କୁ ସାଉଥ ଗ୍ରୁପର ଏକ ଅଂଶ ବୋଲି ଅଭିହିତ କରିଛି ।

ଇଡିର ଅଭିଯୋଗ ଅନୁଯାୟୀ, ସାଉଥ୍ ଗ୍ରୁପ ନୂଆ ଅବକାରୀ ନୀତି ଲାଗୁ ସମୟରେ ଆପ୍ ସରକାରଙ୍କୁ ୧୦୦ କୋଟି ଟଙ୍କା ଦେଇଥିଲା । ଆଉ MLC କବିତା ଏହି ଗୃପର ପ୍ରମୁଖ ସଦସ୍ୟ ଥିବା ଇଡି ଦାବି କରିଥିଲା । ଦୁର୍ନୀତି ଚାଲିଥିବା ସମୟର ପ୍ରମାଣ ନଷ୍ଟ କରିବା ପାଇଁ ୧.୩୮ କୋଟି ଟଙ୍କାର ମୋଟ ୧୭୦ଟି ଫୋନ ନଷ୍ଟ କରାଯାଇଥିଲା । ଏହାମଧ୍ୟରୁ ୧୦ଟି ଫୋନ କବିତାଙ୍କର ଥିଲା । ତେଣୁ ଏହି ଦୁର୍ନୀତିରେ ତାଙ୍କର ସମ୍ପୃକ୍ତି ଥିବା ନେଇ କେତେକ ପ୍ରମାଣ ମିଳିବା ପରେ ତାଙ୍କୁ ଜେରା କରିବାକୁ ସମନ କରାଯାଇଥିଲା । ତେବେ ଦିଲ୍ଲୀ ଅବକାରୀ ଘୋଟାଲା ମାମଲାରେ ବିଆରଏସ ଏମଏଲସି ତଥା ମୁଖ୍ୟମନ୍ତ୍ରୀ କେସିଆରଙ୍କ ଝିଅ କବିତାଙ୍କୁ ପଚରାଉଚରା କରିବା ସହ ତାଙ୍କ ପୂର୍ବତନ ଚାର୍ଟାର୍ଡ ​​ଆକାଉଣ୍ଟାଣ୍ଟ ବୁଚିବାବୁ ଗୋରାଣ୍ଟଲାଙ୍କୁ ମଧ୍ୟ ପଚରାଉଚରା କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାୟ ।

Leave A Reply

Your email address will not be published.