ସଂସଦର ବଜେଟ୍ ଅଧିବେଶନ ଜାନୁଆରି ୩୧ରୁ

0

ଓଡ଼ିଆ ନ୍ୟୁଜ୍: ଜାନୁଆରି ୩୧ରୁ ଆରମ୍ଭ ହେବ ସଂସଦର ବଜେଟ୍ ଅଧିବେଶନ। ପ୍ରଥମ ଦିନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ହେବ ଏବଂ ଫେବ୍ରୁଆରି ପହିଲାରେ ବଜେଟ୍ ଉପସ୍ଥାପନ ହେବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ। ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜାନୁଆରି ୩୧ରୁ ଫେବ୍ରୁଆରି ୧୩ ଏବଂ ଦ୍ବିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଏପ୍ରିଲ ୪ ପର୍ଯ୍ୟନ୍ତ ଚାଲିବ।

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ଲୋକସଭାରେ ୨୦୨୦-୨୧ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରିବେ। ପ୍ରତିଥର ଭଳି ଏଥର ମଧ୍ୟ ଅର୍ଥମନ୍ତ୍ରୀ ଫେବ୍ରୁଆରି ପହିଲାରେ ସାଧାରଣ ବଜେଟ୍ ଉପସ୍ଥାପନ କରିବେ। ସଂସଦର ଉଭୟ ଗୃହର ମିଳିତ ଅଧିବେଶନ ପରେ ଅର୍ଥନୈତିକ ସର୍ଭେ ଉପସ୍ଥାପନ କରାଯିବ। ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଏପ୍ରିଲ ୪ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନରେ ଦିଲ୍ଲୀ ନିର୍ବାଚନ ଦିନ ସଂସଦର କୌଣସି କାର୍ଯ୍ୟକଳାପ ହେବ ନାହିଁ।

Leave A Reply

Your email address will not be published.