ଓଡ଼ିଆ ନ୍ୟୁଜ୍: ରାଜ୍ୟ କ୍ୟାବିନେଟରେ ୫ ପ୍ରସ୍ତାବରେ ମୋହର ବାଜିଛି। କ୍ୟାବିନେଟ ବୈଠକରେ ୫ଟି ପ୍ରସ୍ତାବ ପାରିତ ହୋଇଛି। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ରାଜ୍ୟ ସରକାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏହି ବୈଠକରେ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ପାଇଁ ବୟସସୀମା ବୃଦ୍ଧି ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।
କ୍ୟାବିନେଟ ବୈଠକରେ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ପାଇଁ ବୟସସୀମାକୁ କୋହଳ କରିବା ନିଷ୍ପତ୍ତି ନିଆଯାଇଛି। ପୂର୍ବରୁ ଏହି ପରୀକ୍ଷା ପାଇଁ ସାଧାରଣ ବର୍ଗର ପ୍ରାର୍ଥୀଙ୍କ ବୟସସୀମା ୩୨ ବର୍ଷ ଥିବାବେଳେ, ଏହାକୁ ବୃଦ୍ଧି କରି ୪୨ ବର୍ଷ କରାଯାଇଛି। ସରକାରୀ ଚାକିରି ପାଇଁ ଆବେଦନର ବୟସ ସୀମା ବୃଦ୍ଧି କରାଯାଇଛି। ଏନେଇ ରାଜ୍ୟ କ୍ୟାବିନେଟ ବୈଠକରେ ବଡ଼ ନିଷ୍ପତ୍ତି ନିଆଯାଇଛି