୭ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ୍‌ରେ ଅନୁମୋଦନ

0

ଓଡ଼ିଆ ନ୍ୟୁଜ୍: ୭ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ୍‌ରେ ଅନୁମୋଦନ।କ୍ୟାବିନେଟ୍‌ ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ। ସଂଗ୍ରାହଳୟଗୁଡ଼ିକର ସୁପରିଚାଳନା ପାଇଁ ହେବ ନିର୍ଦ୍ଦେଶାଳୟ। ସମବାୟ ବିଭାଗ ପକ୍ଷରୁ ୩୮ଟି ମଣ୍ଡିକୁ ମଡେଲ ମଣ୍ଡି କରାଯିବ।ଆଉ ୮ଟି ସରକାରୀ ନର୍ସିଂ କଲେଜ ପ୍ରତିଷ୍ଠା ହେବ। ସମ୍ବଲପୁରରେ ୨୪ ଘଣ୍ଟିଆ ପାଣି ପ୍ରକଳ୍ପକୁ ଅନୁମୋଦନ।ସମବାୟ ବିଭାଗର ହେବ ମଡେଲ ମଣ୍ଡି । ପ୍ରଥମ ପ୍ରର୍ଯ୍ୟାୟରେ ୩୦୦ କୋଟି ବ୍ୟୟରେ ୩୮ଟି ମଣ୍ଡି ହେବ । ଗୋଦାମ, ଶୌଚାଳୟ, ଟ୍ରକ ପାର୍କିଂ ଆଦି ସୁବିଧା ରହିବ । ଦ୍ୱତୀୟ ପର୍ଯାୟରେ ୬୮ଟି ମଣ୍ଡି ହେବ ।

ବିମାନ ସେବା କ୍ଷେତ୍ରରେ ଓଡ଼ିଶା ହେବ ଆଞ୍ଚଳିକ ହବ୍‌ । ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ବିଶ୍ୱ ସ୍ତରୀୟ ରକ୍ଷଣା ବେକ୍ଷଣା ବ୍ୟବସ୍ଥା ସୃଷ୍ଟି ହେବ । ବିମାନ ରକ୍ଷଣ ବେକ୍ଷଣ ପାଇଁ ୪୦ ପ୍ରତିଶତ ସବସିଡିରେ ଜମି ରେଣ୍ଟ୍‌ ଦେବେ ସରକାର । ଏଥିପାଇଁ MS ଏୟାର ୱାର୍କସ ଇଣ୍ଡିଆ PVT LTD କମ୍ପାନିକୁ ଚୟନ କରିଛନ୍ତି ସରକାର । ଓଡ଼ିଶା ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗରେ ସ୍ୱତନ୍ତ୍ର ସଂଗ୍ରହଳୟ ପାଇଁ ନିଯୁକ୍ତି ପାଇଁ ଗଠନ ହେବ କ୍ୟାଡର । ମୁଖ୍ୟ ରହିବେ ଅତିରିକ୍ତ ସଚିବ ପାହ୍ୟା ଅଧିକାରୀ । ରାଜ୍ୟରେ ୧୭ଟି ମ୍ୟୁଜିୟମ ଥିବା ବେଳେ ଆଗକୁ ୩୯ଟି ମ୍ୟୁଜିୟମ କରିବାକୁ ଯୋଜନା କରୁଛନ୍ତି ସରକାର ।

୩୫୦ କୋଟି ବ୍ୟୟରେ ସହରରେ LED ଲାଇଟ୍‌ ଲାଗିବ । ନୂଆ ଲାଇଟ ଲାଗିବା ସହ ପୁରୁଣା ଲାଇଟ ମରାମତି ହେବ । ସମ୍ବଲପୁର ସହରରେ ୩୮୨ କୋଟି ଟଙ୍କା ଖର୍ଚ୍ଚରେ ୨୪ ଘଣ୍ଟିଆ ପାଣି ମିଳିବ । ହୀରାକୁଦ ଡ୍ୟାମରୁ ଆସିବ ପାଣି । ରାଜ୍ୟରେ ୮ ଟି ସରକାରୀ ନର୍ସିଂ କଲେଜ ସହ ୨୧ଟି ANM ସେଣ୍ଟର ଅଛି ଆଉ ୭ଟି ନୂଆ ନର୍ସିଂ କଲେଜ ଖୋଲିବେ ସରକାର ।

Leave A Reply

Your email address will not be published.