ଓଡ଼ିଆ ନ୍ୟୁଜ୍:ଆଜି କ୍ୟାବିନେଟ୍ ବୈଠକ । ଆଜି ଅପରାହ୍ଣରେ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଅପରାହ୍ଣ ୫ଟାରେ ଲୋକସଭା ଭବନ ସମ୍ମିଳନୀ କକ୍ଷରେ ବୈଠକ । ବୈଠକରେ ବିଭିନ୍ନ ବିଭାଗର ୫ରୁ ଅଧିକ ପ୍ରସ୍ତାବ ଆସିପାରେ । ମୁଖ୍ୟତଃ ରାଜସ୍ୱ, ପୂର୍ତ୍ତ, ଜଳସଂପଦ ବିଭାଗର ପ୍ରସ୍ତାବ ଅଛି ।
ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ବାଣିଜ୍ୟ ଓ ପରିବହନ ବିଭାଗ, ସାଧାରଣ ପ୍ରଶାସନ ବିଭାଗ ଭଳିି ୪ଟି ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ଦିଆଯିବାକୁ ରହିଛି। ରାଜ୍ୟ ସରକାର ୨୦୩୬ ସୁଦ୍ଧା ଓଡ଼ିଶାର ବିକାଶକୁ ଶୀର୍ଷରେ ପହଞ୍ଚାଇବା ପାଇଁ ଲକ୍ଷ୍ୟ ରଖିଛନ୍ତି।