ଓଡିଆ ନ୍ୟୁଜ୍(ବ୍ୟୁରୋ): ବଢ଼ିଲା ଲାଲୁଙ୍କ ଅଡୁଆ । ଲାଲୁ ଯାଦବଙ୍କ ୧୭ ଠିକଣାରେ ସିବିଆଇର ଚଢାଉ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡିର ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ଦିଲ୍ଲୀ ଓ ବିହାରର ୧୭ଟି ସ୍ଥାନରେ ରେଡ୍ ହେଉଛି । ସିବିଆଇ ଏବେ ତାଙ୍କ ନାଁରେ ନୂଆ ଦୁର୍ନୀତି ମାମଲା ରୁଜୁ କରିଛି । ତାଙ୍କ ଝିଅ ମିଶା ଭାରତୀଙ୍କ ନାଁରେ ମଧ୍ୟ ସମାନ ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି । ଲାଲୁ ଯାଦବ ରେଳମନ୍ତ୍ରୀ ଥିବା ବେଳେ ନିଯୁକ୍ତିରେ ବ୍ୟାପକ ହେରଫେର ହୋଇଥିବା ଅଭିଯୋଗ ହୋଇଥିଲା ।
୨୦୦୪ରୁ ୨୦୦୯ ମଧ୍ୟରେ ଅନିୟମିତତା ହୋଇଥିବା ସିବିଆଇ ଜାଣିବାକୁ ପାଇଛି । ସିବିଆଇ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ନିଯୁକ୍ତି ପାଇଁ ଜମି ଲାଞ୍ଚ ଆକାରରେ ଦିଆଯାଇଥିବା ଘଟଣାରେ ଲାଲୁ ଓ ତାଙ୍କ ଝିଅ ମିଶା ଭାରତୀଙ୍କ ନାଁରେ ଏଫଆଇଆର ହୋଇଛି । ମାମଲାକୁ ଆଧାର କରି ଆଜି ପାଟନାର ଏକାଧିକ ସ୍ଥାନ ସହ ଗୋପାଳଗଞ୍ଜ ଓ ଦିଲ୍ଲୀରେ ରେଡ୍ ହୋଇଛି । ଲାଲୁ ଯାଦବ, ତାଙ୍କ ପତ୍ନୀ ରାବ୍ରୀ ଦେବୀ ଓ ଝିଅ ମିଶା ଭାରତୀଙ୍କ ମୋଟ ୧୭ଟି ସ୍ଥାନରେ ଏକକାଳୀନ ରେଡ ଚାଲିଛି ।
ଲାଲୁ ଯାଦବ ରେଳ ମନ୍ତ୍ରୀ ଥିବା ବେଳେ କିଛି ଲୋକଙ୍କୁ ଚାକିରି ଦେବା ପାଇଁ ଲାଞ୍ଚ ଆକାରରେ ଲାଲୁ ଓ ତାଙ୍କ ପରିବାର ଲୋକ ଜମି ବା ପ୍ଲଟ ନେଇଥିଲେ। ଏହି ଘଟଣା ସାମ୍ନାକୁ ଆସିବା ପରେ ଯାଞ୍ଚ ଆରମ୍ଭ ହୋଇଥିଲା। ଅଭିଯୋଗରେ ସତ୍ୟତା ଥିବା ଜଣାପଡ଼ିବା ପରେ ଏବେ ସିବିଆଇ ବିଧିବଦ୍ଧ ଭାବେ ଏଫଆଇଆର ରୁଜୁ କରିଛି। ନିଯୁକ୍ତି ପାଇଁ ଜମି ଲାଞ୍ଚ ଆକାରରେ ଦିଆଯାଥିବା ଘଟଣାରେ ଲାଲୁ ଓ ତାଙ୍କ ଝିଅ ମିଶା ଭାରତୀଙ୍କ ନାଁରେ ଏଫଆଇଆର ହୋଇଛି। ଏଫଆଇଆରକୁ ଆଧାର କରି ଆଜି ପାଟନାର ଏକାଧିକ ସ୍ଥାନ ସହ ଗୋପାଳଗଞ୍ଜ ଓ ଦିଲ୍ଲୀରେ ରେଡ୍ ହୋଇଛି। ଲାଲୁ ଯାଦବ, ତାଙ୍କ ପତ୍ନୀ ରାବ୍ରୀ ଦେବୀ ଓ ଝିଅ ମିଶା ଭାରତୀଙ୍କ ମୋଟ ୧୭ଟି ସ୍ଥାନରେ ଏକକାଳୀନ ରେଡ ଚାଲିଛି।