ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜିଠୁ ଯୁକ୍ତ ୨ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହେଉଛି । ଚଳିତ ବର୍ଷ କଳାରେ ମୋଟ୍ ୨ ଲକ୍ଷ ୩୭ ହଜାର ୭୫୦ , ବାଣିଜ୍ୟରେ ୨୬ ହଜାର ୮୯ ଜଣ ପରୀକ୍ଷା ଦେଉଛନ୍ତି। ଆଜି ଵିଭିନ୍ନ ପରୀକ୍ଷା କେନ୍ଦ୍ରରୁ ହେବ ଓ୍ବେଵକାଷ୍ଟିଂର ପରୀକ୍ଷଣ । କପି ଓ ପ୍ରଶ୍ନପତ୍ର ଭାଇରାଲ ଭଳି ଘଟଣା ରୋକିଵା ପାଇଁ ହୋଇଛି ସିସିଟିଭି ବ୍ୟବସ୍ଥା ।
ଏଥିପାଇଁ ୨୯୯୧ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ପ୍ରତିଟି ସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ରରେ ସିସିଟିଭି କ୍ୟାମେରା ବ୍ୟବସ୍ଥା କରାଯିବ । କପି ରୋକିବା ଲାଗି ତ୍ରିସ୍ତରୀୟ ସ୍କ୍ବାର୍ଡ ବ୍ୟବସ୍ଥା କରାଯାଇଛି । ଏଥର ଆର୍ଟିଫିସିଆଲ୍ ଇଣ୍ଟେଲିଜେନସି ବା AI ମାଧ୍ୟମରେ ୱେବକାଷ୍ଟିଙ୍ଗ ବ୍ୟବସ୍ଥା କରାଯିବ ବୋଲି ବୋର୍ଡ କର୍ତ୍ତୃପକ୍ଷ କହିଛନ୍ତି ।
ଆସନ୍ତା ମାର୍ଚ୍ଚ ୨୦ ଯାଏଁ ପରୀକ୍ଷା ଚାଲିବ । ପରୀକ୍ଷା କେନ୍ଦ୍ରରେ ସିସିଟିଭିକୁ ଗୁରୁତ୍ୱ ଦିଆଯାଇଛି ଏବଂ ମାଧ୍ୟମିକ ଶିକ୍ଷା ପରିଷଦରେ ଏହାର ଲାଇଭ ଷ୍ଟ୍ରିମିଙ୍ଗ ବ୍ୟବସ୍ଥା ହୋଇଛି । ପରୀକ୍ଷା ଲାଗି ଭିନ୍ନକ୍ଷମମାନଙ୍କୁ ଅଧିକ ଘଣ୍ଟାଏ ସମୟ ମିଳିବ । ସେହିପରି କପି ରୋକିବା ପାଇ ତ୍ରିସ୍ତରୀୟ ସ୍କ୍ୱାର୍ଡ ବ୍ୟବସ୍ଥା ସହ ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭିର ବ୍ୟବସ୍ଥା କରାଯାଇଛି । ଗତକାଲି ଅର୍ଥାତ୍ ଫେବ୍ରୁଆରୀ ୧୬ରୁ ପରୀକ୍ଷା ଆରମ୍ଭ ହୋଇଥିବାବେଳେ ମାର୍ଚ୍ଚ ୨୦ ଯାଏଁ ଚାଲିବ । ଏନେଇ ପୂର୍ବରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଥିଲା ।
ପରୀକ୍ଷା କେନ୍ଦ୍ରରେ ସିସିଟିଭିକୁ ଗୁରୁତ୍ୱ ଦିଆଯାଇଛି ଏବଂ ମାଧ୍ୟମିକ ଶିକ୍ଷା ପରିଷଦରେ ଏହାର ଲାଇଭ ଷ୍ଟ୍ରିମିଙ୍ଗ ବ୍ୟବସ୍ଥା ହୋଇଛି। ପରୀକ୍ଷା ଲାଗି ଭିନ୍ନକ୍ଷମମାନଙ୍କୁ ଅଧିକ ଘଣ୍ଟାଏ ସମୟ ମିଳିବ। ଗତକାଲିଠୁ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଆରମ୍ଭ ହୋଇଛି । ଚଳିତ ବର୍ଷ ୩ ଲକ୍ଷ ୮୬ହଜାର ୨୫୦ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଦେଉଛନ୍ତି।