ଧାନ ମଣ୍ଡିରେ ଲାଗିବ ସିସିଟିଭି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଧାନ ମଣ୍ଡିରେ ଲାଗିବ ସିସିଟିଭି। ମଣ୍ଡିରୁ ମିଲକୁ ଯାଉଥିବା ଗାଡ଼ିରେ ଲାଗିବ ଜିପିଏସ୍। ଆଜି ଏହି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ତାଙ୍କ କହିବା ଅନୁଯାୟୀ, ଏଣିକି ମଣ୍ଡିରୁ ମିଲକୁ ଯାଉଥିବା ଗାଡ଼ିରେ ଜିପିଏସ୍ ଲଗାଯିବ। ବୈଷୟିକ ଜ୍ଞାନକୌଶଳର ବ୍ୟବହାର କରାଯାଇ ଦୁର୍ନୀତିକୁ ରୋକାଯିବ ବୋଲି ସେ କହିଛନ୍ତି।

ଖାଲି ସେତିକି ନୁହେଁ, ଏନେଇ ବିଭାଗୀୟ ଅଧିକାରୀଙ୍କୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଦୁଇ ମାସ ଭିତରେ ନୂଆ ବ୍ୟବସ୍ଥା ଆରମ୍ଭ ହେବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ଦୁର୍ନୀତି, ଭଷ୍ଟ୍ରାଚାର ୨୪ବର୍ଷରେ ବହୁତ ବଢ଼ି ଯାଇଛି। ଏହାକୁ ରୋକିବା ପାଇଁ ଟେକ୍ନୋଲୋଜିର ବ୍ୟବହାର କରିବୁ। ଏଥିପାଇଁ ଜିଲ୍ଲାପାଳଙ୍କୁ ଅବଗତ କରଯାଇଛି। ଆସନ୍ତା ୨ ମାସ ମଧ୍ୟରେ ପ୍ଲାନ୍ କରି କାର୍ଯ୍ୟକାରୀ କରାଯିବ।

ଏଥିସହ ପ୍ରତି ବ୍ଲକରେ ଶୀତଳ ଭଣ୍ଡାର ଖୋଲିବାକୁ ଲକ୍ଷ୍ୟ ରଖାଯାଇଥିବା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ସୂଚନା ଦେଇଛନ୍ତି।  ଅନ୍ୟପଟେ ଦୁର୍ନୀତି କଲେ ସ୍ପଟରେ ହେବ ଆକନ୍ସ। ଏଥିସହ ରାଜ୍ୟର ସମସ୍ତ ବ୍ଲକରେ ଶୀତଳ ଭଣ୍ଡାର କରିବା ନେଇ କୃଷି ବିଭାଗ ସହିତ ଆଲୋଚନା ହେଇଛି। ରାଜ୍ୟରେ ଅଧିକରୁ ଅଧିକ ଶୀତଳ ଭଣ୍ଡାର ହେଉ ବୋଲି ମୁଖ୍ୟମନ୍ତ୍ରୀ ଚାହୁଁଥିବା କହିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।

 

Leave A Reply

Your email address will not be published.