୨୪ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା

0

ଓଡିଆ ନ୍ୟୁଜ୍ (ବ୍ୟୁରୋ) : ୨୪ ଘଣ୍ଟା ମଧ୍ୟରେ ଉପକୂଳ, ଆଭ୍ୟନ୍ତରୀଣ, ଉତ୍ତର ଓ ପଶ୍ଚିମ ଓଡ଼ିଶାର ୨୧ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି । ୫ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ସେମି)ର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର । ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୩ ଅଗଷ୍ଟ, ବୁଧବାର ଅପରାହ୍ନ ସୁଦ୍ଧା ରାଜ୍ୟର ୨୧ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି।

ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୁଳ, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ପ୍ରଭୃତି ୨୧ ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି। ସେହିପରି ଏହି ସମୟ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ଗଜପତି, ରାୟଗଡ଼ା ଓ କନ୍ଧମାଳ ପ୍ରଭୃତି ୫ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ସେମି)ର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ଆଂଶିକ ମେଘାଛନ୍ନ ରହିଛି। ତେବେ, ଟୁଇନ୍‌ ସିଟି ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି। ରାଜ୍ୟରେ ଅଗଷ୍ଟ ୨୩/୨୪ ତାରିଖ ଠାରୁ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.