ବାର୍ଡ ଫ୍ଲୁ ସଂକ୍ରମିତ ଅଞ୍ଚଳରେ ୩ ମାସ କୁକୁଡା ଚାଷ ବନ୍ଦ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବାର୍ଡ ଫ୍ଲୁ ସଂକ୍ରମିତ ଅଞ୍ଚଳରେ ୩ମାସ ବନ୍ଦ ରହିବ କୁକୁଡା ଚାଷ। ବାର୍ଡ ଫ୍ଲୁ ବ୍ୟାପୁଥିବାରୁ କୁକୁଡା ଚାଷ ଉପରେ କଟକଣା ଲଗାଇଛି ପୁରୀ ପ୍ରଶାସନ। ପିପିଲି, ଡେଲାଙ୍ଗ, ନିମାପଡା, ସତ୍ୟବାଦୀରେ କୁକୁଡା ଚାଷ ବନ୍ଦ ରହିବ। ଏଥିସହ ସଂକ୍ରମିତ ଅଞ୍ଚଳର ୧ କିମି ଭିତରେ କୁକୁଡ଼ା ଚାଷ ନ କରିବାକୁ କୁହାଯାଇଛି।

ଏତ୍‌ବ୍ୟତିତ୧୦ କିମି ବ୍ୟାସାର୍ଦ୍ଧରେ କୁକୁଡ଼ା ବାହାରକୁ ପଠା ନ ଯିବାକୁ ପ୍ରଶାସନ ପକ୍ଷରୁ  ନିର୍ଦ୍ଦେଶ ଦିଆଯାଇଛି।  କୁକୁଡା ଚାଷୀମାନେ ୧୫ ଦିନରେ ଥରେ କୁକୁଡ଼ା ନମୁନା ପରୀକ୍ଷା କରିବା ପାଇଁ  କୁହାଯାଇଛି। ୩ ମାସ କୁକୁଡ଼ା ଚାଷ ବନ୍ଦ ରଖିବାକୁ ପ୍ରଶାସନ ନିର୍ଦ୍ଦେଶ ଦେଇଥିବାରୁ ଫାର୍ମ ମାଲିକମାନେ ଚିନ୍ତାରେ ପଡ଼ି ଯାଇଛନ୍ତି। ସୂଚନା ଅନୁସାରେ, କିଛି ଦିନ ତଳେ କେନ୍ଦ୍ରୀୟ ଟିମ୍ ପୁରୀ ଜିଲ୍ଲାରେ ଗ୍ରସ୍ତରେ ଯାଇ ସ୍ଥିତି ସମୀକ୍ଷା କରିଥିଲେ।

ବାର୍ଡ ଫ୍ଲୁ  ସଂକ୍ରମିତ ଅଞ୍ଚଳର ଏକ କିଲୋମିଟର ପରିଧି ଭିତରେ ଥିବା ବ୍ୟକ୍ତି ବିଶେଷମାନଙ୍କୁ ଚିକେନ ନ ଖାଇବାକୁ ପରାମର୍ଶ ଦେଇଥିଲେ ଟିମ୍‌ ସଦସ୍ୟ । ବାର୍ଡ ଫ୍ଲୁ ବ୍ୟାପିଥିବାରୁ  ପୁରୀ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରାୟ ୩୦ ହଜାରରୁ ଅଧିକ କୁକୁଡ଼ାଙ୍କ ମୃତ୍ୟୁ ହୋଇ ସାରିଥିବା ଖବର ରହିଛି। ଏଥିସହ କେତେକ କୁକୁଡ଼ାକୁ ମାରି ପୋତି ଦିଆଯାଇଥିବା  ସୂଚନା ରହିଛି।

Leave A Reply

Your email address will not be published.