ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩ର ଉଦଘାଟ କଲେ ମୁଖ୍ୟମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩ର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆୟୋଜିତ ସଭାରେ ଓଡ଼ିଆ ପିଲାଙ୍କ ସହ ସମ୍ବଲପୁର ଇଟିଜର ଛାତ୍ରୀ ବନ୍ଦେ ଉତ୍କଳ ଜନନୀ ଗାଇଲେ । ଏହାପରେ ସିଙ୍ଗାପୁରର ଆନ୍ଥେମ୍ ପରିବେଷଣ କରାଯାଇଥିଲା । ମୁଖ୍ୟମନ୍ତ୍ରୀ କନକ୍ଲେଭରେ ଯୋଗଦେବା ସହ ଅଭିଭାଷଣ ରଖିଥିଲେ । ୧ ଲକ୍ଷ ଯୁବପିଢ଼ିଙ୍କୁ ଟ୍ରେନିଂ ପାଇଁ ବଜେଟରେ ୧୦୦ କୋଟିର ବ୍ୟବସ୍ଥା ହୋଇଛି । ସ୍କିଲ୍ ଇନ୍ ଓଡ଼ିଶା ଏବେ ବିଶ୍ୱରେ ଝଟକିବାକୁ ଯାଉଛି ବୋଲି ଅଭିଭାଷଣରେ କହିଛନ୍ତି ମୁଖ୍ୟମନ୍ତ୍ରୀ । ଅଭିଭାଷଣ ପରେ ଏଗଜିବିସନ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ ।  କନକ୍ଲେଭରେ ପଲିଟେକ୍ନିକ୍, ବୈଷୟିକ ଶିକ୍ଷାନୁଷ୍ଠାନ, ଇଞ୍ଜିନିୟରିଂ କଲେଜର ପ୍ରାୟ ୩ ହଜାର ଶିକ୍ଷାର୍ଥୀ ଓ ଶିଳ୍ପପତି ଯୋଗ ଦେଇଛନ୍ତି ।

ମେକ୍ ଇନ୍ ଓଡ଼ିଶାର ପାର୍ଟ ୨ ହେଉଛି ଏହି ବିଶ୍ବସ୍ତରୀୟ ଦକ୍ଷତା ଉତ୍ସବ । ବିଶ୍ବସ୍ତରରେ ରେକର୍ଡ କରିଥିବା ଓଡ଼ିଆ ପିଲାଙ୍କ ସାମର୍ଥ୍ୟର ସୋ-କେସିଂ ପାଇଁ ଏଭଳି ସ୍କିଲ୍ କନକ୍ଲେଭର ଆୟୋଜନ କରାଯାଉଛି । ଆଜି ଉଦଘାଟନୀ ଦିବସରେ ଖଣି ଅଞ୍ଚଳରେ ଆର୍ଥ ମୁଭର୍ସ୍ ଚଳାଉଥିବା ୮ରୁ ୧୦ ଜଣ ମହିଳା ଡ୍ରାଇଭରଙ୍କୁ ପୁରସ୍କୃତ କରିଛନ୍ତି ମୁଖ୍ୟମନ୍ତ୍ରୀ । ସମାରୋହରେ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଓ ଓଡ଼ିଶା ଦକ୍ଷତା ବିକାଶ ଅଥରିଟି ଅଧ୍ୟକ୍ଷ ସୁବ୍ରତ ବାଗଚୀ ଉପସ୍ଥିତ ଅଛନ୍ତି।  ମେକ୍ ଇନ୍ ଓଡ଼ିଶାର ପାର୍ଟ-୨ ହେଉଛି ଏହି ବିଶ୍ବସ୍ତରୀୟ ଦକ୍ଷତା ଉତ୍ସବ। ଏଥିରେ ବି ଏସଏଚଜି ମହିଳା ମଧ୍ୟ ସାମିଲ ହୋଇଛନ୍ତି। ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ହେବ।

ସୂଚନାଯୋଗ୍ୟ, ଗତକାଲି ମୁଖ୍ୟମନ୍ତ୍ରୀ ଖୋର୍ଦ୍ଧା ଗସ୍ତ କରି ଗୁରୁଜଙ୍ଗରେ କୃତ୍ରିମ ଅଙ୍ଗପ୍ରତ୍ୟେଙ୍ଗ ଉତ୍ପାଦନ ଗବେଷଣା କେନ୍ଦ୍ରର ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୋର୍ଦ୍ଧା ଗସ୍ତରେ ଯାଇ ଅପରାହ୍ନରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦଘାଟନ କରିଥିବେବେଳେ ଗୁରୁଜଙ୍ଗରେ କୃତ୍ରିମ ଅଙ୍ଗପ୍ରତ୍ୟେଙ୍ଗ ଉତ୍ପାଦନ ଗବେଷଣା କେନ୍ଦ୍ରକୁ ଉଦଘାଟନ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଭିନ୍ନକ୍ଷମମାନେ ସମାଜର ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ । ସେମାନଙ୍କ ଉପଯୁକ୍ତ ଥଇଥାନ ଆମ ସମସ୍ତଙ୍କ ଦାୟିତ୍ୱ । ଦେଶୀୟ ଜ୍ଞାନ କୌଶଳରେ ନିର୍ମିତ ଜୟପୁର ଫୁଟ୍, ଏକ ଅନନ୍ୟ ଉତ୍ପାଦନ । ଏହା ଭିନ୍ନକ୍ଷମମାନଙ୍କୁ ସଂପୂର୍ଣ୍ଣ ସକ୍ଷମ କରିପାରିବ ବୋଲି ଆଜି ଗୁରୁଜଙ୍ଗ ଠାରେ ରାଜ୍ୟର ପ୍ରଥମ ବିଜୁ-ମହାବୀର ଜୟପୁର ଫୁଟ ନିର୍ମାଣ କେନ୍ଦ୍ରକୁ ଉଦ୍ଘାଟନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଥିଲେ । ନିଜ ବକ୍ତବ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀପଟ୍ଟନାୟକ କହିଥିଲେ ଯେ ରାଜ୍ୟ ସରକାର ଭିନ୍ନକ୍ଷମଙ୍କ ଥଇଥାନ, ତାଲିମ ଦ୍ୱାରା ସେମାନଙ୍କୁ ସଶକ୍ତ କରିବାକୁ ପଦକ୍ଷେପ ନେଉଛନ୍ତି । ଏହି ପଦକ୍ଷେପରେ ଖୋର୍ଦ୍ଧାରେ ଆରମ୍ଭ ହୋଇଥିବା ଜୟପୁର ଫୁଟ୍ କେନ୍ଦ୍ର ଏକ ବିଶେଷ ଭୂମିକା ଗ୍ରହଣ କରିବ । ଏହାକୁ ବ୍ୟବହାର କରି ଜଣେ ଭିନ୍ନକ୍ଷମ ଚାଲିବା, ଦୌଡ଼ିବା ଠାରୁ ଆରମ୍ଭ ନିଜର ଦୈନନ୍ଦିନ ଅନେକ କାମ ସୁରୁଖୁରରେ ସମ୍ପାଦନ କରିପାରିବ ।

Leave A Reply

Your email address will not be published.