ଆନ୍ତର୍ଜାତିକ ଖ୍ୟାତିସଂପନ୍ନ ସେଫ୍‌ ବିକାଶ ଖାନ୍ନାଙ୍କୁ  ଓଡିଶାକୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

0
ଓଡ଼ିଆ ନ୍ୟୁଜ୍(ବ୍ୟୁରୋ):  ଆନ୍ତର୍ଜାତିକ ଖ୍ୟାତିସଂପନ୍ନ ସେଫ୍‌, ଉଦ୍ୟୋଗୀ ତଥା ଲେଖ ବିକାଶ ଖାନ୍ନା ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆଲୋଚନା କରିଛନ୍ତି । ନିକଟରେ ଖାନ୍ନା ସ୍ବାଧୀନତା ଦିବସ ପାଳନ ଅବସରରେ ନିୟୁୟର୍କ ସହରର ଟାଇମ୍‌ସ ସ୍କୋୟାର ଠାରେ ବିଶ୍ବପ୍ରସିଦ୍ଧ କୋଣାର୍କ ଚକ୍ରର ଏକ ପ୍ରତିରୂପ ସ୍ଥାପନ କରି ଚର୍ଚ୍ଚାର ରହିଥିଲେ ।
ଏହି ଆଲୋଚନା ସମୟରେ ଖାନ୍ନା ଓଡିଶାର କଳା, ସ୍ଥାପତ୍ୟ, ସଂସ୍କୃତି, ଐତିହ୍ୟ ଓ ଖାଦ୍ୟ ପରମ୍ପରାର ଉଚ୍ଚପ୍ରଶଂସା କରିଥିଲେ । ପୁରୀରେ  ଜଗନ୍ନାଥ ମନ୍ଦିର ପରିଦର୍ଶନ ସମୟରେ ତାଙ୍କର ସୁଖଦ ଆଧ୍ୟାତ୍ମିକ ଅନୁଭୂତି ସଂପର୍କରେ ସେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପ୍ରକାଶ କରିଥିଲେ। ବିକାଶ କ୍ଷେତ୍ରରେ ଓଡିଶା ଦ୍ରୁତ ଅଗ୍ରଗତି କରୁଛି ବୋଲି ମତଦେଇ ମୁଖ୍ୟମନ୍ତ୍ରୀଙ୍କ ଦୃଢ ଓ ଦୂରଦୃଷ୍ଟି ସଂପନ୍ନ ନେତୃତ୍ବ ତଥା ମାନବବାଦୀ ଚିନ୍ତାଧାରାର ଉଚ୍ଚପ୍ରଶଂସା କରିଥିଲେ। କୋଣାର୍କ ଚକ୍ର ବିଶ୍ବ  ଏକତାର ପ୍ରତୀକ ବୋଲି ସେ ମତ ଦେଇଥିଲେ । ମୁଖ୍ୟମନ୍ତ୍ରୀ ମଧ୍ୟ ଖାନ୍ନାଙ୍କ ସୃଜନଶୀଳତା ଓ ଔଦ୍ୟୋଗୀକ ମନୋଭାବର ପ୍ରଶଂସା କରିଥିଲେ ଏବଂ  ତାଙ୍କୁ ଓଡିଶା ଆସିବାକୁ ନିମନ୍ତ୍ରଣ କରିଥିଲେ । ଏହି ଆଲୋଚନା ସମୟରେ  5T ସଚିବ    ଭି  କେ  ପାଣ୍ଡିଆନ୍ ଉପସ୍ଥିତ  ଥିଲେ

Leave A Reply

Your email address will not be published.