ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜିଠୁ ୩ ଦିନିଆ ଗସ୍ତରେ  ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଥିବା ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ।  ଏହାଛଡ଼ା ମୁଖ୍ୟମନ୍ତ୍ରୀ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ସହ ଓଡ଼ିଶା ଜାତୀୟ ରାଜପଥର ବିକାଶ ନେଇ ଆଲୋଚନା କରିବେ ବୋଲି ସୂଚନା ରହିଛି।

ଖାଲି ସେତିକି ନୁହେଁ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ଓଡ଼ିଶାର ବିଭିନ୍ନ ପ୍ରସଙ୍ଗରେ କେତେକ କେନ୍ଦ୍ରମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ବଙ୍କୁ ଏହି ଗସ୍ତ ସମୟରେ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ଅବସରରେ ବହୁ କେନ୍ଦ୍ରମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ୱଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭେଟିବାର କାର୍ଯ୍ୟକ୍ରମ ଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ, ଜୁଲାଇ ୨୬ ତାରିଖରେ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଥିଲେ ମୁଖ୍ୟମନ୍ତ୍ରୀ।ଏହାସହ ରାଜ୍ୟର ବିଭିନ୍ନ ପ୍ରସଙ୍ଗକୁ ନେଇ ମଧ୍ୟ କେନ୍ଦ୍ରମନ୍ତ୍ରୀ ମାନଙ୍କୁ ଭେଟିଥିଲେ ସିଏମ୍।

Leave A Reply

Your email address will not be published.