ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାକ୍ଷୀ ବାନ୍ଧିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟ ଅତିଥି ଭବନରେ ଆୟୋଜିତ ରକ୍ଷାବନ୍ଧନ କାର୍ଯ୍ୟକ୍ରମରେ ସାମିଲ ହେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟ ଅତିଥି ଭବନରେ ଆୟୋଜିତ ରକ୍ଷାବନ୍ଧନ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ମୁଖ୍ୟମନ୍ତ୍ରୀ। ସେଠାରେ ବିଭିନ୍ନ ସ୍କୁଲର ଛାତ୍ରୀ ଓଫେଇ କର୍ମଚାରୀମାନେ ମୁଖ୍ୟମନ୍ତ୍ରୀଙ୍କ ହାତରେ ରଖି ବାନ୍ଧିଥିଲେ।
ଏହାସହିତ ବିଭିନ୍ନ ଅନୁଷ୍ଠାନର ମହିଳା ଓ ମହିଳା ସାମ୍ବାଦିକା ମାନେ ମଧ୍ୟ ସାମିଲ ହୋଇ ମୁଖ୍ୟମନ୍ତ୍ରୀଙ୍କ ହାତରେ ସ୍ନେହର ଡୋରୀ ରାଖି ବାନ୍ଧିଥିଲେ। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସାମିଲ ହୋଇ ମୁଖ୍ୟମନ୍ତ୍ରୀଙ୍କୁ ରାଖି ବାନ୍ଧିବା ସହ ଏକାମ୍ର ବିଧାୟକ ବାବୁ ସିଂହ ଉପସ୍ଥିତ ରହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଭଉଣୀ ରାସମଣୀ ମାଝୀ ମଧ୍ୟ ଭାଇଙ୍କୁ ଭେଟି ରାଖି ବାନ୍ଧିଥିଲେ।
ଅନ୍ୟପଟେ ରକ୍ଷା ବନ୍ଧନ ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ସମ୍ବାଦ ଗ୍ରୁପର ଅଧ୍ୟକ୍ଷ ସୌମ୍ୟରଞ୍ଜନ ପଟ୍ଟନାୟକ। ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ରକ୍ଷା ବନ୍ଧନର ଶୁଭେଚ୍ଛା ଜଣାଇଛନ୍ତି ସେ। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ଉପସ୍ଥିତି ଥିଲେ। ସମ୍ବାଦ ଗ୍ରୁପର ଆଜିଠାରୁ ନିଶାମୁକ୍ତି ଅଭିଯାନ ଆରମ୍ଭ ହେଉଛି।