ମହେଶ୍ବର ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

0

ଓଡ଼ିଆ ନ୍ୟୁଜ, (ବ୍ୟୁରୋ): ମହେଶ୍ବର ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ । ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହେଶ୍ବର ମହାନ୍ତି ଜଣେ ଲୋକ ପ୍ରିୟ ଜନ ନେତା ଭାବରେ ସୁନାମ ଅର୍ଜନ କରିଥିଲେ। ଜଣେ ଦକ୍ଷ ସଂଗଠକ ଭାବରେ ତାଙ୍କର ସୁନାମ ଥିଲା।

ମନ୍ତ୍ରୀ ତଥା ବିଧାୟକ ଭାବେ ରାଜ୍ୟର ବିକାଶରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଥିଲେ। ବିଶେଷକରି ପୁରୀ ଅଞ୍ଚଳର ବିକାଶରେ ତାଙ୍କର ଭୂମିକା ତାଙ୍କୁ ଅମର କରି ରଖିବ । ବାଚସ୍ପତି ଭାବରେ ଉଚ୍ଚ ଗଣତାନ୍ତ୍ରିକ, ସଂସଦୀୟ ପରମ୍ପରା ପ୍ରତିଷ୍ଠା ପାଇଁ ନିଜର ଅବଦାନ ରଖି ଯାଇଛନ୍ତି। ବାଚସ୍ପତି ଭାବରେ ଉଚ୍ଚ ଗଣତାନ୍ତ୍ରିକ, ସଂସଦୀୟ ପରମ୍ପରା ପ୍ରତିଷ୍ଠା ପାଇଁ ନିଜର ଅବଦାନ ରଖି ଯାଇଛନ୍ତି । ତାଙ୍କ ବିୟୋଗ ଓଡ଼ିଶା ପାଇଁ ଏକ ବଡ଼ କ୍ଷତି ।” ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ପ୍ରକାଶ କରିଛନ୍ତି ।

ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ଓ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ମଧ୍ୟ ଗଭୀର ଶୋକ ପ୍ରକାଶ । ଜଣେ ସ୍ପଷ୍ଟବାଦୀ, ବରିଷ୍ଠ ରାଜନେତା, ପ୍ରଭାବଶାଳୀ ନେତା ଭାବେ ମହେଶ୍ବର ମହାନ୍ତିଙ୍କ ସୁନାମ ରହିଛି । ଦକ୍ଷ ସଂଗଠକ ଭାବେ ତାଙ୍କର ଭୂମିକା ସର୍ବଦା ଜନସାଧାରଣରେ ଜୀବନ୍ତ ରହିବ । ତାଙ୍କ ବିୟୋଗ ରାଜ୍ୟ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମନ୍ତ୍ରୀ ଜଗନ୍ନାଥ ସାରକା କହିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ଓ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।ବିଜେପିର ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାରବର୍ଗ ଓ ବନ୍ଧୁଜନଙ୍କୁ ଅସୀମ ଧୈର୍ଯ୍ୟ ପ୍ରଦାନ କରିବାକୁ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ।

Leave A Reply

Your email address will not be published.