ହଜାରିବାଗ ତୀର୍ଥ ଯାତ୍ରୀ ଵସ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: ମୃତକଙ୍କ ପରିବାର ପାଇଁ ଦୁଇ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ):  ମୟୁରଭଞ୍ଜରୁ ବାରଣାସୀକୁ ଯାଇଥିବା ତୀର୍ଥ ଯାତ୍ରୀ ବସ ଫେରିବା ବାଟରେ ଝାରଖଣ୍ଡର ହଜାରିବାଗର ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଏବଂ କିଛି ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା

ଅନୁକମ୍ପା ମୂଳକ ସହାୟତା ଘୋଷଣା କରିବା ସହିତ ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସବୁ ଯାତ୍ରୀ ଯେପରି ଶୀଘ୍ର ନିଜ ନିଜ ଘରକୁ ଫେରିବେ ସେଥିପାଇଁ ଝାରଖଣ୍ଡ ସରକାର ସହ ସମନ୍ୱୟ ରଖି ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ, ମୟୁରଭଞ୍ଜ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.