କଣ୍ଟାବାଞ୍ଜି ବିଧାନସଭା ଆସନରୁ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): କଣ୍ଟାବାଞ୍ଜି ବିଧାନସଭା ଆସନରୁ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର। ଏଠାରୁ ପ୍ରଥମ ଥର ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ। ପୂର୍ବରୁ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରି ସାରିଛନ୍ତି ମୁଖ୍ୟମନ୍ତ୍ରୀ।

ଏଠାରୁ ପ୍ରଥମଥର ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ। ହେଲିକପ୍ଟର ଯୋଗେ ଟିଟଲାଗଡରେ ପହଞ୍ଚିବା ପରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଶୋଭାଯାତ୍ରାରେ ଯାଇ ନାମାଙ୍କନ ଭରିବେ। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନପତ୍ର ଦାଖଲ ପାଇଁ ଜିଲ୍ଲା ପ୍ରଶାସନ ଓ ପୁଲିସ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପୂର୍ବରୁ ହିଞ୍ଜିଳି ବିଧାନସଭା ଆସନରୁ ନାମାଙ୍କନପତ୍ର ଭରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମେ ୨୦ତାରିଖରେ ଦ୍ୱିତୀୟ ପର୍ଯ୍ୟାୟରେ ଏହି ଆସନ ପାଇଁ ମତଦାନ ହେବ । ପୂର୍ବରୁ କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗ ମଧ୍ୟ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସୂଚନାଯୋଗ୍ୟ, ମଙ୍ଗଳବାର ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଥିଲେ ମୁଖ୍ୟମନ୍ତ୍ରୀ।

ନବୀନ ଛତ୍ରପୁର ଉପ ଜିଲ୍ଲାପାଳଙ୍କ ଅଫିସରେ ନାମାଙ୍କନ ଭରିଥିଲେ। ପ୍ରାର୍ଥିପତ୍ର ଦାଖଲ କରିବା ପୂର୍ବରୁ ମୁଖ୍ୟମନ୍ତ୍ରୀ  ମା’ତାରା ତାରିଣୀଙ୍କ ପୀଠକୁ ଯାଇ ପୂଜାର୍ଚ୍ଚନା କରିଥିଲେ। ତାଙ୍କ ସହ ଭି.କେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ। ପୂର୍ବରୁ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିସାରିଛନ୍ତି ମୁଖ୍ୟମନ୍ତ୍ରୀ। ଗତ ୨୯ ତାରିଖରେ ହିଞ୍ଜିଳି ଆସନରେ ନାମାଙ୍କନ ଦାଖଲ କରିଥିଲେ ମୁଖ୍ୟମନ୍ତ୍ରୀ । ମା ତାରା ତାରିଣୀଙ୍କ ଦର୍ଶନ ପରେ ବିରାଟ ଶୋଭାଯାତ୍ରାରେ ଯାଇ ନାମାଙ୍କନ ଭରିଥିଲେ ନବୀନ।

Leave A Reply

Your email address will not be published.