ଓଡ଼ିଆ ନ୍ୟୁଜ୍: ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବା ପାଇଁ କୁକ୍ତିନାମା କରିବାକୁ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜିଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ବୋଲି ଜଣାଯାଇଛି। ଦିନ ୨ଟାରେ ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ହେବ ଏମ୍ଓୟୁ । ଏନେଇ ସବୁ ପ୍ରସ୍ତୁତି ଶେଷ ହୋଇଛି। ଆଜି ବିଜ୍ଞାନ ଭବନରେ ଚୁକ୍ତିନାମା ସ୍ବାକ୍ଷରିତ ହେବ। ଆୟୁଷ୍ମାନ ଯୋଜନା ପ୍ରଥମ ଥର ପାଇଁ ଓଡ଼ିଶାରେ ଲାଗୁ ହେବ। ଏହି କାର୍ଡ ଦ୍ବାରା ସାରା ଭାରତରେ ଯେକୌଣସି ସ୍ଥାନରେ ଉଭୟ ସରକାରୀ ଓ ଘରୋଇ ହସ୍ପିଟାଲରେ ୫ ଲକ୍ଷରୁ ୧୦ଲକ୍ଷ ପର୍ଯ୍ୟନ୍ତ ମାଗଣା ଚିକିତ୍ସା କରିପାରିବେ।
ରାଜ୍ୟରେ ଆସନ୍ତା ଫେବ୍ରୁଆରି ମାସରୁ ‘ଆୟୁଷ୍ମାନ ଭାରତ’ ଯୋଜନାକୁ ଲାଗୁ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧିକାରୀମାନେ ଏହାକୁ ଲାଗୁ କରିବାକୁ ନେଇଥିବା ପ୍ରତିବନ୍ଧକକୁ ଦୂର କରିବା ପରେ ଆଜି ନୂଆଦିଲ୍ଲୀରେ ଏଥିପାଇଁ ଏମଓୟୁ ସ୍ୱାକ୍ଷରିତ ହେବ ବୋଲି ଜଣାପଡ଼ିଛି । ଦିଲ୍ଲୀରେ ସ୍ୱାସ୍ଥ୍ୟମନ୍ତ୍ରୀ ଜେ. ପି ନଡ୍ଡାଙ୍କ ଉପସ୍ଥିତିରେ ଏହି ଚୁକ୍ତି ସ୍ୱାକ୍ଷରିତ ହେବ। ଏହାଛଡ଼ା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ୍ ବି ଏହି ସମୟରେ ଉପସ୍ଥିତ ରହିବେ। ଏଥିପାଇଁ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ। ବୁଝାମଣା ସ୍ଵାକ୍ଷରିତ ହେବା ପରେ ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଯୋଜନ।
ରାଜ୍ୟରେ ଆସନ୍ତା ଫେବ୍ରୁଆରି ମାସରୁ ‘ଆୟୁଷ୍ମାନ ଭାରତ’ ଯୋଜନାକୁ ଲାଗୁ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧିକାରୀମାନେ ଏହାକୁ ଲାଗୁ କରିବାକୁ ନେଇଥିବା ପ୍ରତିବନ୍ଧକକୁ ଦୂର କରିବା ପରେ ଆଜି ନୂଆଦିଲ୍ଲୀରେ ଏଥିପାଇଁ ଏମଓୟୁ ସ୍ୱାକ୍ଷରିତ ହେବ ବୋଲି ଜଣାପଡ଼ିଛି । ଦିଲ୍ଲୀରେ ସ୍ୱାସ୍ଥ୍ୟମନ୍ତ୍ରୀ ଜେ. ପି ନଡ୍ଡାଙ୍କ ଉପସ୍ଥିତିରେ ଏହି ଚୁକ୍ତି ସ୍ୱାକ୍ଷରିତ ହେବ। ଏହାଛଡ଼ା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ୍ ବି ଏହି ସମୟରେ ଉପସ୍ଥିତ ରହିବେ। ଏଥିପାଇଁ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ।
ବୁଝାମଣା ସ୍ଵାକ୍ଷରିତ ହେବା ପରେ ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଯୋଜନା।
ଓଡ଼ିଶାରେ ଜାରି ରହିଥିବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ (ନୂଆ ନାଁ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା) ସହ ଆୟୁଷ୍ମାନ ଭାରତ ଯୋଜନାକୁ ଲାଗୁ କରାଯିବ। ଗୋଟିଏ କାର୍ଡରେ ଉପଲବ୍ଧ ହେବ ସ୍ୱାସ୍ଥ୍ୟସେବା। ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଏବଂ ଆୟୁଷ୍ମାନ ଯୋଜନା। ପୁରୁଣା କାର୍ଡକୁ ହଟାଇ ଖୁବଶୀଘ୍ର ଦିଆଯିବ ନୂଆ କାର୍ଡ। ପୁରୁଣା କାର୍ଡର ଲୋଗୋ ହେବ ପରିବର୍ତ୍ତନ।