ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ । ସେପ୍ଟେମ୍ବର ୩୦ ତାରିଖରେ ମୁଖ୍ୟମନ୍ତ୍ରୀ ଝାଡ଼ଖଣ୍ଡ ଯିବାର କାର୍ଯ୍ୟକ୍ରମ ରହିଛି। ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବା ପାଇଁ ସେପ୍ଟେମ୍ବର ୩୦ ଏବଂ ଅକ୍ଟୋବର ୧ରେ ୨ ଦିନିଆ ଝାଡଖଣ୍ଡ ଗସ୍ତର କରିବେ । ତେବେ ସେମାବାର ମୁଖ୍ୟମନ୍ତ୍ରୀ ଝାଡଖଣ୍ଡ ଗସ୍ତରେ ଯାଇ ପ୍ରଥମେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ ।
ପରେ ୧ ତାରିଖରେ ଚାଇଁବାସାର କୋଲହାନ୍ ଯିବେ ମୁଖ୍ୟମନ୍ତ୍ରୀ । ସେଠାରେ ଆୟୋଜିତ ବିଜେପିର ପରିବର୍ତ୍ତନ ଯାତ୍ରାରେ ଯୋଗ ଦେବେ । ସେହିପରି ୧ତାରିଖରେ ଝାଡ଼ଖଣ୍ଡର ଚାଇଁବାସାର କୋଲ୍ ହାନ୍ ଯିବେ ମୁଖ୍ୟମନ୍ତ୍ରୀ। ସେଠାରେ ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବେ। ପଶ୍ଚିମ ସିଂହଭୂମ ଓ ଚାଇଁବାସାର କୋଲରେ ସଂଖ୍ୟାଧିକ ଓଡ଼ିଆ ଭାଷାଭାଷୀ ଲୋକ ବସବାସ କରନ୍ତି। ସେଠାରେ ମୁଖ୍ୟମନ୍ତ୍ରୀ ନିର୍ବାଚନ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି।
ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଗତକାଲି ଓଡ଼ିଶା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ମୋହନଙ୍କୁ ଭେଟିଥିଲେ । ହିମନ୍ତ ବିଶ୍ୱଶର୍ମା ଝାଡ଼ଖଣ୍ଡ ବିଜେପିର ସହ ପ୍ରଭାରୀ ଅଛନ୍ତି। ସୂଚନାଯୋଗ୍ୟ, ଝାଡ଼ଖଣ୍ଡରେ କେବେ ନିର୍ବାଚନ ହେବ ସେନେଇ ତାରିଖ ଘୋଷଣା କରାଯାଇନାହିଁ। ତେବେ ବିଜେପି ପକ୍ଷରୁ ରାଜ୍ୟରେ ନିର୍ବାଚନୀ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।
Comments are closed.