ଆଜିଠୁ ଆରମ୍ଭ ହେଉଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜିଠୁ ଆରମ୍ଭ ହେଉଛି ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର। ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଶୁଣାଣି କରିବେ ମୋହନ ଚରଣ ମାଝୀ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ଗୁହାରି ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରୁ ଶତାଧିକ ଲୋକ ଆସିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଗୁହାରି ଜଣାଇବାକୁ ସକାଳୁ ସକାଳୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଭିଡ ଜମାଇଛନ୍ତି ଶହ ଶହ ଲୋକେ।

ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଲୋକ ଆସି ରୁଣ୍ଡ ହୋଇଛନ୍ତି। ଦିବ୍ୟାଙ୍ଗ, ମହିଳା ଓ ବୟସ୍କଙ୍କ ପାଇଁ ଶିବିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ପ୍ରାୟ ବର୍ଷକ ପରେ ଆରମ୍ଭ ହେଉଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ। କିଏ ପେନସନ୍ ସମସ୍ୟା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଗୁହାରି କରିବାକୁ ଆସିଛି ତ ପୁଣି କିଏ ବାସହରା ଦୁଃଖ ନେଇ ସହାୟତା ମାଗିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିକଟକୁ ଆସିଛନ୍ତିି। ନିଜ ସମସ୍ୟା ନେଇ ଅନେକ ବୃଦ୍ଧ ବ୍ୟକ୍ତି ମଧ୍ୟ ଗୁହାରି କରିବାକୁ ଆସିଛନ୍ତି।

ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ସକାଳ ୯ଟାରୁ ପଞ୍ଜୀକରଣ ଆରମ୍ଭ ହୋଇଛି, ଯାହା ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଚାଲିବ।  ଆଜିଠାରୁ ପ୍ରତ୍ୟେକ ସୋମବାର ମୁଖ୍ୟମନ୍ତ୍ରୀ ଏଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଶୁଣାଣି ବେଳେ ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ମଧ୍ୟ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି।

Leave A Reply

Your email address will not be published.