ଓଡ଼ିଆ ନ୍ୟୁଜ୍: ଆସନ୍ତା ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ବପୂର୍ଣ୍ଣ କାମ ଥିବାରୁ ଜନଶୁଣାଣି ବନ୍ଦ ରହିବ। ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି।
ଜାନୁଆରୀ ୨୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ କାମ ଥିବାରୁ ଭୁବନେଶ୍ବର ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ସୂଚନା ଦେଇଛି ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ।