ଓଡ଼ିଆ ନ୍ୟୁଜ୍: ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତଦୁଇ ପରୀକ୍ଷା ଫଳ। ଅପରାହ୍ଣ ୪ଟାରେ ପ୍ରକାଶ ପାଇବ ଫଳ। ଏକାସାଙ୍ଗରେ ପ୍ରକାଶ ପାଇବ କଳା, ବାଣିଜ୍ୟ ଓ ବିଜ୍ଞାନ ଫଳ। ୩.୮୫ ଲକ୍ଷ ଛାତ୍ରଛାତ୍ରୀ ଦେଇଛନ୍ତି ଯୁକ୍ତଦୁଇ ପରୀକ୍ଷା।ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ସୂଚନା ଦେଇ କହିଛନ୍ତି ଯେ, ଫଳ ପ୍ରକାଶନ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ଏବଂ ଆଉ କୌଣସି ବିଳମ୍ବ ହେବ ନାହିଁ।
ଚଳିତ ବର୍ଷ ଫେବୃଆରୀ ୧୫ରୁ ମାର୍ଚ୍ଚ ୨୦ ମଧ୍ୟରେ ଅନୁଷ୍ଠିତ ଯୁକ୍ତ ୨ ପରୀକ୍ଷାରେ ମୋଟ ୩ ଲକ୍ଷ ୯୩ ହଜାର ୬୧୮ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ଏଥିମଧ୍ୟରେ କଳା ବିଭାଗରେ ୨,୪୭,୩୯୧, ବିଜ୍ଞାନରେ ୧,୧୪,୯୮୦, ବାଣିଜ୍ୟରେ ୨୫,୫୨୬ ଏବଂ ଧନ୍ଦାମୂଳକ ବିଷୟରେ ୫,୭୨୧ ଜଣ ପରୀକ୍ଷାର୍ଥୀ ସାମିଲ ହୋଇଥିଲେ। ପରୀକ୍ଷା ୧,୨୭୬ଟି କେନ୍ଦ୍ରରେ ଅନୁଷ୍ଠିତ ହୋଇଥିଲା ଏବଂ ପ୍ରଶ୍ନପତ୍ର ମହଜୁଦ ପାଇଁ ୨୦୫ଟି ହବ୍ ବ୍ୟବସ୍ଥା କରାଯାଇଥିଲା।