ଗୋପାଳପୁର ମାଣ୍ଡିଆ ପଲ୍ଲୀରେ ମୋଟର ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା କଲେ ଘୋଷଣା

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଗତ କାଲି ଗଞ୍ଜାମ ଜିଲ୍ଲା ଗୋପାଳପୁର ର ମାଣ୍ଡିଆ ପଲ୍ଲୀ ରେ ମୋଟର ଦୁର୍ଘଟଣାରେ ତିନି ବ୍ୟକ୍ତି ଜଣଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି।  ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଏହି ଘଟଣାରେ ଆହତ ମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Leave A Reply

Your email address will not be published.