ଓଡ଼ିଆ ନ୍ୟୁଜ୍: ଆଜିଠାରୁ ଦୁଇଦିନିଆ ଗସ୍ତରେ ସେ ଦିଲ୍ଲୀ ଯାଇଛନ୍ତି। ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ ରହିଛି। ଏଥିପାଇଁ ତାଙ୍କର ଦିଲ୍ଲୀରେ ଓଡ଼ିଶାର ସାଂସଦମାନଙ୍କୁ ଭେଟିବା ସହ ଅନ୍ୟାନ୍ୟ ଆଲୋଚନା ରହିଛି ।ତେବେ ଗତକାଲିଠାରୁ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ନୂଆଦିଲ୍ଲୀରେ ଅଛନ୍ତି।
ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଗତ ୫ତାରିଖରେ ଦିଲ୍ଲୀରୁ ଫେରିଥିଲେ। ଏହି ଗସ୍ତକାଳରେ ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ମନୋହର ଲାଲ ଖଟ୍ଟରଙ୍କୁ ଭେଟିଥିଲେ। ଏଗସ୍ତ ନେଇ ମୁଖ୍ୟମନ୍ତ୍ରୀ କହିଥିଲେ ନୂଆଦିଲ୍ଲୀଠାରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିବାର ସୌଭାଗ୍ୟ ପ୍ରାପ୍ତ ହୋଇଥିଲା। ଏହି ଅବସରରେ ମହାମହିମ ରାଷ୍ଟ୍ରପତିଙ୍କ ସହ ଓଡ଼ିଶାର ବିକାଶ ପରିଯୋଜନା, ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ଆମର ଦୃଷ୍ଟିକୋଣ ଇତ୍ୟାଦି ବିଷୟରେ ଆଲୋଚନା କରିଥିଲେ।