ଓଡ଼ିଆ ନ୍ୟୁଜ୍: ରାଜ୍ୟବ୍ୟାପୀ ୪୭୧ଟି ନୂଆ ପଞ୍ଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ।‘ଏକ୍ସ’ରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ଅନ୍ତ୍ୟୋଦୟ ଗୃହ ଯୋଜନାର ୪୮,୬୯୩ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ବଣ୍ଟନ। ପ୍ରଥମ ପର୍ଯ୍ୟାୟରେ ୬୦ ହଜାର, ୨ୟ ପର୍ଯ୍ୟାୟରେ ୫୦ ହଜାର ସାମିଲ ହୋଇଥିଲେ।ଅନ୍ତୋଦୟ ଗୃହ ଯୋଜନାରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ପ୍ରଥମ କିସ୍ତି ଅର୍ଥ। ତୃତୀୟ ପର୍ଯ୍ୟାୟରେ ୪୮ ହଜାର ୬୯୩ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଅର୍ଥ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ।
ଅନ୍ତୋଦୟ ଗୃହ ଯୋଜନାରେ ପ୍ରଥମ କିସ୍ତିରେ ୪୦ ହଜାର ଟଙ୍କା ପ୍ରଦାନ କରାଯାଇଛି। ଏହାପରେ ଦ୍ବିତୀୟ କିସ୍ତିରେ ୬୫ ହଜାର ଓ ତୃତୀୟ କିସ୍ତିରେ ୧୫ ହଜାର ଟଙ୍କା ପ୍ରଦାନ କରାଯିବ। ୪ ମାସ ଭିତରେ ଘର କାମ ସରିଲେ ୨୦ ହଜାର ଟଙ୍କା ପ୍ରୋତ୍ସାହନ ରାଶି ପ୍ରଦାନ କରିବେ ସରକାର। ୬ ମାସ ଭିତରେ କାମ ସାରିଲେ ମିଳିବ ୧୦ ହଜାର ଟଙ୍କା ପ୍ରୋତ୍ସାହନ ରାଶି। ପ୍ରଥମ ପର୍ଯ୍ୟାୟରେ ୬୦ ହଜାର ଓ ଦ୍ବିତୀୟ ପର୍ଯ୍ୟାୟରେ ୫୦ ହଜାର ହିତାଧିକାରୀଙ୍କୁ ଯୋଜନାରେ ସାମିଲ କରାଯାଇଛି । ଏହି ଯୋଜନାରେ ୫ ଲକ୍ଷ ହିତାଧିକାରୀଙ୍କୁ ଘର ଦେବାକୁ ଲକ୍ଷ ରଖିଛନ୍ତି ସରକାର। ଲୋକସେବା ଭବନରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଥମ କିସ୍ତି ଅର୍ଥ ପ୍ରଦାନ କରିଛନ୍ତି ସରକାର।