ଓଡ଼ିଆ ନ୍ୟୁଜ୍: ଶହୀଦ ଲକ୍ଷ୍ମଣ ନାଏକ ମେଡିକାଲ୍ କଲେଜ ବିଲ୍ଡିଂ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ। ୨୮୦ କୋଟି ଟଙ୍କାରେ ନିର୍ମିତ ୬୫୦ ଶଯ୍ୟା ବିଶିଷ୍ଟ ବିଲ୍ଡିଂର ଉଦ୍ଘାଟନ କଲେ।ଖୁବ ଶୀଘ୍ର ଖାଲି ପଡ଼ିଥିବା ଡାକ୍ତର ଓ ଅନ୍ୟାନ୍ୟ ପଦବୀ ପୂରଣ ହେବ କହିଲେ।‘ଚିକିତ୍ସା ପାଇଁ ଆଉ କୋରାପୁଟବାସୀଙ୍କୁ ଦୂର ଦୂରାନ୍ତକୁ ଯିବାକୁ ପଡ଼ିବ ନାହିଁ’।‘ରାଜ୍ୟର ନିରନ୍ତର ବିକାଶ ଧାରାରେ ଯୋଡ଼ି ହେଲା କୋରାପୁଟ ଜିଲ୍ଲା’।‘ଜୟପୁର-ବ୍ରହ୍ମପୁର-ଭୁବନେଶ୍ବର ଇକୋନମିକ୍ କରିଡର ୬ ଲେନ୍ ହେବ’। ‘ଢେଙ୍କାନାଳ, ଜଗତସିଂହପୁର, ଭଦ୍ରକ, ନବରଙ୍ଗପୁରରେ ମେଡିକାଲ କଲେଜ ହେବ’।
ରାଜ୍ୟର ନିରନ୍ତନ ବିକାଶ ଧାରାରେ ଆଜି କୋରାପୁଟ ଜିଲା ମଧ୍ୟ ସାମିଲ ହୋଇଛି ବୋଲି ରବିବାର କୋରାପୁଟସ୍ଥିତ ସରକାରୀ ଡିଏଭି ମହାବିଦ୍ୟାଳୟ ପଡିଆଠାରେ ଆୟୋଜିତ ସାଧାରଣ ସଭାରେ ଶହୀଦ ଲକ୍ଷ୍ମଣ ନାଏକ ମେଡିକାଲ କଲେଜ ବିଲ୍ଡିଂ ଉଦ୍ଘାଟନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି । ୨୮୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ୬୫୦ ଶଯ୍ୟା ବିଶିଷ୍ଟ ଏହି ବିଲ୍ଡିଂକୁ ଉଦ୍ଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଖୁବ୍ଶୀଘ୍ର ଖାଲି ପଡ଼ିଥିବା ଡାକ୍ତର ଓ ଅନ୍ୟାନ୍ୟ ପଦବୀ ପୂରଣ ହେବ। ଚିକିତ୍ସା ପାଇଁ ଆଉ କୋରାପୁଟବାସୀଙ୍କୁ ଦୂର ଦୂରାନ୍ତକୁ ଯିବାକୁ ପଡ଼ିବ ନାହିଁ। ରାଜ୍ୟର ନିରନ୍ତର ବିକାଶ ଧାରାରେ ଯୋଡ଼ି ହେବ କୋରାପୁଟ ଜିଲା।
ସି.ଟି ସ୍କାନ୍, ଡାଏଲିସିସ୍, ମାମୋଗ୍ରାଫି ପରି ଅତ୍ୟାଧୁନିକ ରୋଗ ନିରୂପଣ ପରୀକ୍ଷା ନିରୀକ୍ଷାର ବ୍ୟବସ୍ଥା ମଧ୍ୟ କରାଯାଉଛି । ଗୁରୁତର ରୋଗୀମାନଙ୍କ ପାଇଁ ଯେପରି ଅକ୍ସିଜେନର ଅଭାବ ନହେବ ସେଥିନିମନ୍ତେ ସ୍ବତନ୍ତ୍ର ଅକ୍ସିଜେନ୍ ପ୍ଲାଣ୍ଟ ବସାଯାଉଛି।