କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ମୁଖ୍ୟମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ୍: ବାଲେଶ୍ୱର ଏଫଏମ୍ କଲେଜ ଛାତ୍ରୀ ଆତ୍ମାହୂତି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଡ଼ା ପ୍ରତିକ୍ରିୟା ରଖିଛନ୍ତି। ଦିଲ୍ଲୀରୁ ଫେରିବା ପରେ ସେ ଏହି ଘଟଣା ସମ୍ପର୍କରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଏହି ଘଟଣାର ତଦନ୍ତ ଆରମ୍ଭ ହୋଇ ସାରିଛି ଏବଂ ରିପୋର୍ଟ ଆସିବା ପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଘଟଣା ଅତ୍ୟନ୍ତ ଗୁରୁତର ଏବଂ ଏହାର ସମସ୍ତ ଦିଗକୁ ନିଷ୍ଠାର ସହ ତଦନ୍ତ କରାଯିବ। ଯେଉଁମାନେ ଏଥିରେ ସମ୍ପୃକ୍ତ ଅଛନ୍ତି, ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ। ଏମ୍ସ ଯାଉଛି ଏବଂ ସ୍ଥିତି ଅନୁଧ୍ୟାନ କରିବି । କେଉଁ ପରିସ୍ଥିତିରେ ଏ ଘଟଣା ଘଟିଲା ତଦନ୍ତ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କମିଟି ଗଢ଼ା ଯାଇଛି । ରିପୋର୍ଟ ଆସିଲେ କାର୍ଯ୍ୟାନୁଷ୍ଠାନ ହେବ । ଭବିଷ୍ୟତରେ ଏଭଳି ଘଟଣାର ପୁନରାବୃତ୍ତି ନ ହେବ ସେଥିପାଇଁ ସରକାର ଯତ୍ନବାନ ହେଉଛନ୍ତି ।

Leave A Reply

Your email address will not be published.