ଓଡ଼ିଆ ନ୍ୟୁଜ୍: ନୂଆପଡ଼ା ବିଜୟକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା।ନୂଆପଡ଼ା ବିଜୟ ଓଡ଼ିଶା ରାଜନୀତିରେ ନୂଆ ଅଧ୍ୟାୟ ସୃଷ୍ଟି କରିଛି। ସରକାରଙ୍କ ନୀତି, ଜନକଲ୍ୟାଣ କାର୍ଯ୍ୟକ୍ରମ ପ୍ରତି ଲୋକଙ୍କ ଆସ୍ଥାକୁ ପ୍ରମାଣିତ କରୁଛି। ବିରୋଧୀଙ୍କ ଅପପ୍ରଚାର, ମିଥ୍ୟା ପ୍ରତିଶ୍ରୁତିକୁ ଲୋକେ ପ୍ରତ୍ୟାଖ୍ୟାନ କରିଛନ୍ତି।ବିକାଶକୁ ସମର୍ଥନ କରି ଲୋକେ ବିଜେପିକୁ ସ୍ପଷ୍ଟ ଜନାଦେଶ ଦେଇଛନ୍ତି। ଦେଶରେ ମୋଦିଙ୍କ ନେତୃତ୍ବ ବିକାଶର ଏକମାତ୍ରା ପରିଭାଷା। ମୋଦିଙ୍କ ମାର୍ଗଦର୍ଶନରେ ରାଜ୍ୟର ବିକାଶ ପାଇଁ ଦିନରାତି କାମ କରିଚାଲିଛି।ନୂଆପଡ଼ାବାସୀଙ୍କ ସମର୍ଥନ ଆମକୁ ନୂଆ ପ୍ରେରଣା ଓ ଶକ୍ତି ଦେଇଛି। ଆମେ ନୂଆପଡ଼ାର ବିକାଶ ପାଇଁ ସଂପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ।
ଓଡ଼ିଶାର ଉପନିର୍ବାଚନ ଇତିହାସରେ ସବୁଠୁ ବଡ଼ ବିଜୟ ହାସଲ କରିଛି ଶାସକ ଭାରତୀୟ ଜନତା ପାର୍ଟି। ପ୍ରାର୍ଥୀ ଜୟ ଢୋଲକିଆ ୮୩ ହଜାର ୭୪୮ ଭୋଟରେ ଜିତିଛନ୍ତି। ୨୯ ରାଉଣ୍ଡ ଗଣତି ପରେ ଜୟଙ୍କୁ ଏକ ଲକ୍ଷ ୨୩ ହଜାର ୮୪୯ ଭୋଟ୍ ମିଳିଛି। ଦ୍ଵିତୀୟରେ ଅଛନ୍ତି କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ। ତାଙ୍କୁ ୪୦ ହଜାର ୧୨୧ ଭୋଟ୍ ମିଳିଛି। ତୃତୀୟରେ ଥିବା ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ମିଳିଛି ୩୮ ହଜାର ୪୦୮ ଭୋଟ୍।