ଘଟଗାଁ ତାରିଣୀ ପୀଠ ପାଇଁ ୨୨୬କୋଟି

0

ଓଡ଼ିଆ ନ୍ୟୁଜ୍: ରାଜ୍ୟ କ୍ୟାବିନେଟ୍ ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର।୩ଟି ବିଭାଗର ୪ଟି ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର।ଶ୍ରମ ବିଭାଗର ବାଣିଜ୍ୟ ପ୍ରତିଷ୍ଠାନ ଆଇନ ୧୯୫୬ର ସଂଶୋଧନ ପାରିତ। କାରଖାନା ୧୯୪୮ର ସଂଶୋଧନ ଆଇନ ମଧ୍ୟ ହେଲା ପାରିତ।ଦୈନିକ କାର୍ଯ୍ୟ ନିର୍ଘଣ୍ଟ ୯ ଘଣ୍ଟାରୁ ୧୦ ଘଣ୍ଟାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି।ସପ୍ତାହକରେ ୪୮ ଘଣ୍ଟାରୁ ଅଧିକ କାମ କଲେ ଓଭରଟାଇମ୍‌ ମିଳିବ।

ମହିଳା କର୍ମଚାରୀ ଚାହିଁଲେ ସମ୍ମତି ପତ୍ର ଦେଇ ରାତିରେ କାର୍ଯ୍ୟ କରିପାରିବେ। ମହିଳା କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ସୁରକ୍ଷା ବ୍ୟବସ୍ଥା କରିବେ। ଗଣଶିକ୍ଷା ବିଭାଗର ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାକୁ ମଞ୍ଜୁରୀ। ଘଟଗାଁ ତାରିଣୀ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ୨୨୬ କୋଟି ମଞ୍ଜୁର।୫୯ ଏକର ଜମିକୁ ନେଇ ପାରିପାର୍ଶ୍ବିକ ବିକାଶ ପାଇଁ DPR ପ୍ରସ୍ତୁତ ହେବ।

Leave A Reply

Your email address will not be published.