ଓଡ଼ିଆ ନ୍ୟୁଜ୍: ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ। ଶିକ୍ଷା କ୍ଷେତ୍ରରେ ୨ଟି ବଡ଼ ଆହ୍ବାନ ଥିବା କହିଲେ ମୁଖ୍ୟମନ୍ତ୍ରୀ। ଡ୍ରପ୍ ଆଉଟ୍ ହ୍ରାସ ଓ ଗୁଣାତ୍ମକ ଶିକ୍ଷା ପ୍ରଦାନ ୨ଟି ବଡ଼ ଆହ୍ବାନ। ତଥ୍ୟ ଅନୁସାରେ ୨୪% ଆଦିବାସୀ ପିଲା ଅଧାରୁ ପାଠ ଛାଡୁଛନ୍ତି।ତେଣୁ ଆମେ ମାଧୋ ସିଂ ହାତଖର୍ଚ୍ଚ ଯୋଜନା ଲାଗୁ କଲୁ। ଏହାଦ୍ବାରା ୩ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେଉଛନ୍ତି।ଫଳରେ ଡ୍ରପ୍ ଆଉଟ୍ ଯଥେଷ୍ଟ ହ୍ରାସ ପାଇଥିବା ସୂଚନା ମିଳିଛି।
ଗୁଣାତ୍ମକ ଶିକ୍ଷା ପ୍ରଦାନ ମଧ୍ୟ ବଡ଼ ଆହ୍ବାନ, ବିଶେଷକରି ପ୍ରାଥମିକ ଶିକ୍ଷା କ୍ଷେତ୍ରରେ’।ଗୁଣାତ୍ମକ ଶିକ୍ଷା ପାଇଁ ଶିକ୍ଷକ ଓ ଭିତ୍ତିଭୂମି ଆବଶ୍ୟକ ବୋଲି କହିଲେ ମୁଖ୍ୟମନ୍ତ୍ରୀ। ସେପଟେ ମୁଖ୍ୟମନ୍ତ୍ରୀ ଶିକ୍ଷକଙ୍କ ପାଇଁ ବଡ ଘୋଷଣା କରିଛନ୍ତି।ଆଗାମୀ ୩ ବର୍ଷରେ ପ୍ରାୟ ୪୫ ହଜାର ଶିକ୍ଷକ ପଦବୀ ପୂରଣ ହେବ। ଚୁକ୍ତିଭିତ୍ତିକ ନୁହେଁ, ରେଗୁଲାର ଭିତ୍ତିରେ ନିଯୁକ୍ତି ଦିଆଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।