ନୂଆପଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ

0

ଓଡ଼ିଆ ନ୍ୟୁଜ୍: ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।କୋମନା ଉଦ୍ୟାନବନ୍ଧରେ ରୋଡ୍‌ ଶୋ’ କଲେ ମୁଖ୍ୟମନ୍ତ୍ରୀ।ସଭାପତି ମନମୋହନ ସାମଲ, ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ସାମିଲ।ବରିଷ୍ଠ ନେତା ବସନ୍ତ ପଣ୍ଡା ଓ ଅନ୍ୟମାନେ ରୋଡ୍‌ ଶୋ’ରେ ସାମିଲ୍‌। ଛତିଶଗଡ ମୁଖ୍ୟମନ୍ତ୍ରୀ ନୂଆପଡା ବ୍ଲକର ପଞ୍ଚମପୁର ଠାରେ ଆୟୋଜିତ ସାଧାରଣ ସଭାରେ ପ୍ରଚାର କରିଛନ୍ତି।

ନୂଆପଡା ନିର୍ବାଚନମଣ୍ଡଳୀ ଛତିଶଗଡ଼ ରାଜ୍ୟର ସୀମାନ୍ତବର୍ତ୍ତୀ ଅଞ୍ଚଳ ଅଟେ। ଏହି ଅଞ୍ଚଳର ଅଧିକାଂଶ ଲୋକ ଛତିଶଗଡ ଉପରେ ନିର୍ଭରଶୀଳ ଅଟନ୍ତି। ତେଣୁ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର ଦ୍ୱାରା ନୂଆପଡା ଭୋଟରଙ୍କ ଉପରେ ପ୍ରଭାବ ପଡିବ  ବୋଲି ଅନୁମାନ କରାଯାଉଛି।

Leave A Reply

Your email address will not be published.