ଓଡ଼ିଆ ନ୍ୟୁଜ୍: ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ମାଝୀ ଆଜି ଭୁବନେଶ୍ୱର ବିମାନବନ୍ଦରରୁ ବାହାରି ନୂଆପଡ଼ା ଗୌତମା ଏୟାରଷ୍ଟ୍ରିପ୍ରେ ୧୧ଟା ୪୫ରେ ପହଞ୍ଚିଛନ୍ତି। ସେ ନୂଆପଡ଼ା ମିନି ଷ୍ଟାଡିୟମରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଏଥିସହ ବିଭିନ୍ନ ପ୍ରକଳ୍ପ ଉଦ୍ଘାଟନ ତଥା ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି।
ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର ରବିବାର ନୂଆପଡ଼ାରେ ପହଞ୍ଚିଥିଲେ। ମିନି ଷ୍ଟାଡିୟମରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସଭାପତିତ୍ବରେ ଅନୁଷ୍ଠିତ ହେବାକୁ ଥିବା କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବିନାରାୟଣ ନାୟକ, ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ, ରାଜ୍ୟସଭା ସାଂସଦ ସୁଜିତ କୁମାର, କଳାହାଣ୍ଡି ସାଂସଦ ମାଳବିକା ଦେଓ ଯୋଗ ଦେବେ।