ପଞ୍ଚାୟତ ପ୍ରତିନିଧିଙ୍କୁ ଦିଗଦର୍ଶନ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ନିଜ ଅଞ୍ଚଳର ବିକାଶ ଦ୍ରୁତ ଭାବରେ କରି ନିଜର ପରିଚୟ ସୃଷ୍ଟି କରିବାକୁ ଆହ୍ବାନ

0

ଓଡିଆ ନ୍ୟୁଜ୍(ବ୍ୟୁରୋ):  ଗାଁର ସମସ୍ୟାକୁ ନିଜ ସମସ୍ୟା ଭାବେ ଗ୍ରହଣ କରି ସମାଧାନ ପାଇଁ ନିଷ୍ଠାପର ଉଦ୍ୟମ କରନ୍ତୁ । ନିଜ ଅଞ୍ଚଳର ବିକାଶ ଦ୍ରୁତ ଭାବରେ କରି ନିଜର ପରିଚୟ ସୃଷ୍ଟି କରନ୍ତୁ । ଗରିବ ଲୋକ, ମହିଳା ତଥା ଦୁର୍ବଳ ଶ୍ରେଣୀର ଲୋକଙ୍କୁ ସୁରକ୍ଷା ଦିଅନ୍ତୁ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କ ଦିଗଦର୍ଶନ କାର୍ଯ୍ୟକ୍ରମରେ ଯୋଗ ଦେଇ ଏହି ପରାମର୍ଶ ଦେଇଛନ୍ତି । ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏଥର ମହିଳାମାନେ ବହୁ ସଂଖ୍ୟାରେ ଜିତି ପଞ୍ଚାୟତର ମଙ୍ଗ ଧରିଛନ୍ତି । ଏହାଦ୍ଵାରା ବିଜୁ ବାବୁଙ୍କ ମହିଳା ସଶକ୍ତୀକରଣର ସ୍ୱପ୍ନ ସାକାର ହୋଇଛି ବୋଲି ସେ ମତ ଦେଇଥିଲେ ।

naveen

ପଞ୍ଚାୟତ ହେଉଛି ସେବାର କେନ୍ଦ୍ର । ସାଧାରଣ ଲୋକ ଯେପରି ସରକାରୀ ସେବାରୁ ବଞ୍ଚିତ ନ ହୁଏ, ସରକାରୀ ସେବା ପାଇବାରେ ହଇରାଣ ନ ହୁଏ ସେଥିପ୍ରତି ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଫାଇଭ ଟି ହେଉଛି ଟେକ୍ନୋଲୋଜି, ଟିମ୍‌ୱାର୍କ, ଟାଇମ, ଟ୍ରାନ୍ସପ୍ଯାରେନ୍ସି ବା ସ୍ୱଚ୍ଛତା ଓ ରୂପାନ୍ତର । ଫାଇଭ ଟି ମନ୍ତ୍ରକୁ ଗାଁର ବିକାଶରେ ଉପଯୋଗ କରନ୍ତୁ ବୋଲି ପରାମର୍ଶ ଦେଇ ସେ କହିଥିଲେ ଯେ ଏହାଦ୍ଵାରା ଆପଣଙ୍କ ଗାଁ, ଆପଣଙ୍କ ପଞ୍ଚାୟତର ପରିବର୍ତ୍ତନ, ଅନ୍ୟମାନଙ୍କ ପାଇଁ ଆଦର୍ଶ ହୋଇପାରିବ ବୋଲି ନବୀନ କହିଛନ୍ତି ।

ଭୁବନେଶ୍ୱର କିଟ୍‌ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କର୍ମଶାଳାରେ ରାଜ୍ୟର ସମସ୍ତ ଜିଲ୍ଲା ପରିଷଦ ସଭାପତି, ଉପସଭାପତି, ପଞ୍ଚାୟତ ସମିତି ଅଧ୍ୟକ୍ଷ ଓ ପ୍ରତି ବ୍ଳକରୁ ଜଣେ ସରପଞ୍ଚ ଉପସ୍ଥିତ ଅଛନ୍ତି । ଉଦଘାଟନୀରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗୀ ମନ୍ତ୍ରୀଙ୍କ ସମେତ କୃଷି ଓ କୃଷକ ସଶକ୍ତିକରଣ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ମିଶନ ଶକ୍ତି , ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ମନ୍ତ୍ରୀ ଉଦବୋଧନ ଦେଇ ସରକାରଙ୍କ ବିଭିିନ୍ନ ଯୋଜନା ଉପରେ ଗୁରୁତ୍ୱାରୋପ କରିଥିଲେ । .

Leave A Reply

Your email address will not be published.