କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀ ମାନଙ୍କ କଲ୍ଯାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପ୍ୟାକେଜ୍, ନଜର ପକାନ୍ତୁ କିଭଳି ହେବେ ଉପକୃତ
ଓଡ଼ିଆ ନ୍ୟୁଜ୍(ବ୍ୟୁରୋ):ଆପଣମାନେ ଜାଣନ୍ତି, ଆମ ରାଜ୍ୟରେ ଆଠ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ଅଛନ୍ତି ଏମାନେ ଗରିବ ଲୋକ ।ବହୁ ଜନଜାତି ମା ମାନେ ମଧ୍ଯ କେନ୍ଦୁପତ୍ର ତୋଳିବା କାମ କରନ୍ତି।କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ କଲ୍ୟାଣ ପାଇଁ ମୋ ସରକାର ସବୁବେଳେ କାମ କରି ଆସୁଛି।
ଓଡିଶା ହେଉଛି ଦେଶର ପ୍ରଥମ ରାଜ୍ୟ ଯେଉଁଠାରେ କେନ୍ଦୁପତ୍ର ତୋଳାଳୀ ମାନଙ୍କୁ ବୋନସ ଦିଆଯାଉଛି।ଆମର ଏହି ନୀତି ଅନ୍ୟ ରାଜ୍ୟ ମାନଙ୍କ ପାଇଁ ମଡେଲ ହୋଇଛି ।ଗତ ସପ୍ତାହ ମଧ୍ୟରେ ମୁଁ କେନ୍ଦୁପତ୍ର ତୋଳାଳୀ ମାନଙ୍କ ବିଭିନ୍ନ ସମସ୍ୟା ସଂପର୍କରେ ତିନି ତିନିଥର ଆଲୋଚନା କରିଛି ।
ଏହି ଆଲୋଚନା ପରେ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ସ୍ବାର୍ଥ କୁ ଦୃଷ୍ଟି ରେ ରଖି ମୁ ଏହି ପ୍ୟାକେଜ ଘୋଷଣା କରୁଛି ।
•ପ୍ରଥମ ପର୍ଯ୍ୟାୟରେ ପ୍ରତି ତୋଳାଳୀଙ୍କୁ ୧୦୦୦ ଟଙ୍କା ଓ ପ୍ରତ୍ୟେକ ସିଜିନାଲ ଷ୍ଟାଫ ଓ binderଙ୍କୁ ୧୫୦୦ ଟଙ୍କା ଲେଖାଏ ଦିଆଯିବ।
• ସବୁ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ କରାଯିବ।
• କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ପିଲା ମାନଙ୍କୁ ବୃତ୍ତି ପ୍ରଦାନ କରାଯିବ।
ମେଧାବୀ ଛାତ୍ରଛାତ୍ରୀ ମାନଙ୍କୁ ଜିଲ୍ଲାସ୍ତରରେ ପୁରସ୍କୃତ କରାଯିବ।
• ସର୍କଲ ଚେକ୍ରସ୍ ଓ ବାଇଣ୍ଡିଂ ଚେକର୍ସ ମାନଙ୍କ ଗ୍ରାଚୁଇଟି ଦେୟ ସାତ ଦିନ ରୁ ବୃଦ୍ଧି କରି କୁ ୧୫ ଦିନ କରାଯିବ।
• ସମସ୍ତ ତୋଳାଳୀ ମାନଙ୍କୁ ତୋଳାଳୀ ପରିଚୟ ପତ୍ର ପ୍ରଦାନ କରାଯିବ।
• କେନ୍ଦୁପତ୍ର ବ୍ୟବସାୟ ଉପରେ କେନ୍ଦ୍ର ସରକାର 18% ଜିଏସଟି ରଖିଛନ୍ତି।ଏହା ବହୁତ ଅଧିକ
କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀମାନେ ଏମାନେ ସମସ୍ତେ ଗରିବ ଲୋକ ।ତେଣୁ କେନ୍ଦୁପତ୍ର ଉପରୁ GST ଉଠାଇ ଦେବା
ପାଇଁ କେନ୍ଦ୍ର ସରକାରଙ୍କୁ ମୁଁ ବାରମ୍ଵାର ଅନୁରୋଧ କରିଛି ।
ଗରିବ ଲୋକଙ୍କ ହିତ ଦୃଷ୍ଟି ରୁ ଜିଏସଟି ସମ୍ପୂର୍ଣ୍ଣ ଉଚ୍ଛେଦ କରିବାକୁ ମୁଁ ପୁଣିଥରେ କେନ୍ଦ୍ର ସରକାରଙ୍କ ନିକଟରେ ଦାବୀ କରୁଛି