ସହୀଦ ପରିବାରଙ୍କୁ ଅନୁକମ୍ପା ମୂଳକ ସହାୟତା ରାଶି ଦଶ ଲକ୍ଷ ଟଙ୍କାକୁ ବୃଦ୍ଧି କଲେ ରାଜ୍ୟ ସରକାର

0

ଓଡିଆ ନ୍ୟୁଜ୍(ବ୍ୟୁରୋ): ଯୁଦ୍ଧ ତଥା ଉଗ୍ରବାଦର ମୁକାବିଲା ସମୟରେ ବୀରଗତି ପ୍ରାପ୍ତ ହେଉଥିବା ସହୀଦ ଓଡ଼ିଆ ଯବାନ ମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ସହାୟତା ରାଶି ପରିମାଣକୁ ପାଞ୍ଚ ଲକ୍ଷ ଟଙ୍କାରୁ ଦଶ ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ନିର୍ଦେଶ ଦେଇଛନ୍ତି।

ସୂଚନା ଯୋଗ୍ୟ ଯେ ସମାରିକ ତଥା ଅର୍ଦ୍ଧ ସମାରିକ ବାହିନୀରେ ରହି ଦେଶ ପାଇଁ ପ୍ରଣାବଳୀ ଦେଉଥିବା ଯବାନ ଓ ଅଫିସର ମାନଙ୍କ ପରିବାରର କଲ୍ୟାଣ ପାଇଁ ରାଜ୍ୟ ସରକାର କାର୍ଗିଲ ଯୁଦ୍ଧ ସମୟରୁ ସହୀଦ ପରିବାର କଲ୍ୟାଣ ପାଇଁ ଏକ ସହାୟତା ପାଣ୍ଠି ଗଠନ କରିଛନ୍ତି। ପ୍ରାଥମିକ ଭାବରେ ଏହି ସହାୟତା ରାଶି ଏକ ଲକ୍ଷ ଟଙ୍କା ଥିବା ବେଳେ 2010 ଓ 2012 ରେ ଏହାକୁ ଯଥା କ୍ରମେ ଦୁଇ ଲକ୍ଷ, ଓ ପାଞ୍ଚ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଥିଲା।

Leave A Reply

Your email address will not be published.