ବଲାଙ୍ଗୀରରେ ଆୟୋଜିତ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ 

0

ଓଡ଼ିଆ ନ୍ୟୁଜ୍: ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ବଲାଙ୍ଗୀରରେ ଆୟୋଜିତ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ। କୃଷକ ମାନଙ୍କୁ ସଶକ୍ତ କରିବା ପାଇଁ ସରକାର ସମସ୍ତ ପ୍ରକାର ପ୍ରଯୁକ୍ତିବିଦ୍ୟା ସାହାଯ୍ୟ ଯୋଗାଇଦେବାକୁ ପ୍ରତିଶ୍ରୁତିବଦ୍ଧ।ବଲାଙ୍ଗୀରରେ ଡବଲ ଇଞ୍ଜିନ ନୁହେଁ, ଟ୍ରିପଲ ଇଞ୍ଜିନ ସରକାର ଚାଲିଛି , ଜିଲ୍ଲାର ବିକାଶର ବେଗ ବି ତିନିଗୁଣ ହୋଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ବିକଶିତ ଓଡ଼ିଶାର ଲକ୍ଷ୍ୟ ପୂରଣ ପାଇଁ କୃଷି ଓ କୃଷକମାନଙ୍କ ବିକାଶ ଏକ ବଳିଷ୍ଠ ଭୂମିକା ଗ୍ରହଣ କରିବ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଥିଲେଯେ, ରାଜ୍ୟରେ କୃଷକ ମାନଙ୍କୁ ସଶକ୍ତ କରିବା ପାଇଁ ସରକାର ସମସ୍ତ ପ୍ରକାର ଯାନ୍ତ୍ରିକ ଓ ପ୍ରଯୁକ୍ତିବିଦ୍ୟା ସାହାଯ୍ୟ ଯୋଗାଇଦେବାକୁ ପ୍ରତିଶ୍ରୁତିବଦ୍ଧ। ନିର୍ବାଚନ ସମୟରେ ଆମର ଏକ ମୁଖ୍ୟ ପ୍ରତିଶୃତି ଥିଲା ରାଜ୍ୟର ଲକ୍ଷ ଲକ୍ଷ ଚାଷୀ ଭାଇ ଭଉଣୀମାନଙ୍କୁ ସେମାନଙ୍କ କଠୋର ପରିଶ୍ରମର ପ୍ରକୃତ ମୂଲ୍ୟ ପ୍ରଦାନ କରିବା। ଆଉ ଆଜି ଆମେ ସେହି ଲକ୍ଷ୍ୟ ପୁରାଣ କରିଛୁ ।

ବଲାଙ୍ଗୀର ଜିଲ୍ଲାରୁ ଦୁଇଜଣ ମନ୍ତ୍ରୀ ଓଡିଶା ସରକାରରେ ପ୍ରତିନିଧିତ୍ୱ କରୁଛନ୍ତି। ଏବେ ଏଠାରେ ଡବଲ ଇଞ୍ଜିନ ନୁହେଁ, ଟ୍ରିପଲ ଇଞ୍ଜିନ ସରକାର ଚାଲିଛି ଏବଂ ଜିଲ୍ଲାର ବିକାଶ ବି ତିନିଗୁଣ ବେଗରେ ଚାଲୁଛି ଓ ଏହି ପ୍ରକ୍ରିୟା ଆଗାମୀ ଦିନରେ ଜାରି ରହିବ। ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ଆମ ଦେଶ ତା’ର ଅନନ୍ୟ କୃଷି ପ୍ରଣାଳୀ ପାଇଁ ସାରା ବିଶ୍ଵରେ ପ୍ରଶଂସିତ। ଆମ ରାଜ୍ୟର ପ୍ରାୟ ୬୦ ପ୍ରତିଶତରୁ ଅଧିକ ଲୋକ କୃଷି ଏବଂ ଆନୁଷଙ୍ଗିକ କୃଷି କାର୍ଯ୍ୟ ଉପରେ ନିର୍ଭରଶୀଳ ।

ମେ ମାସ ସୁଦ୍ଧା ୭୮ ହଜାର ୬୮୧ କୃଷି ଯନ୍ତ୍ରପାତି ଯୋଗାଣ କରାଯାଇ ସେ ବାବଦକୁ ଡ଼ିବିଟି ମାଧ୍ୟମରେ ୪୫୯.୬୮ କୋଟି ଟଙ୍କାର ରିହାତି ପ୍ରଦାନ କରାଯାଇଛି l ୫ ବର୍ଷ ମଧ୍ୟରେ ୧୫ ଲକ୍ଷ ହେକ୍ଟର ଅଣଜଳସେଚିତ ଜମିକୁ ଆମେ ଜଳସେଚନ ଯୋଗାଇ ଦେବାର ଲକ୍ଷ୍ୟ ରଖିଛୁ । ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା କୃଷି ସମ୍ବନ୍ଧୀୟ କାର୍ଯ୍ୟପ୍ରଣାଳୀର ବିବରଣୀ ଦେବାକୁ ଯାଇ ମୁଖ୍ୟମନ୍ତ୍ରୀ କହିଥିଲେଯେ, ଶ୍ରୀ ଅନ୍ନ ଅଭିଯାନ ମାଧ୍ୟମରେ ବିସ୍ମୃତ ଖାଦ୍ୟର ପୁନରୁଦ୍ଧାର ଏବଂ ପୁଷ୍ଟିଶସ୍ୟ ଆଧାରିତ କୃଷି ପ୍ରଣାଳୀ ମାଧ୍ୟମରେ କ୍ଷୁଦ୍ର ଏବଂ ନାମମାତ୍ର ଚାଷୀଙ୍କ ରୋଜଗାରରେ ଉନ୍ନତି ଅଣାଯାଇଛି।

 

Leave A Reply

Your email address will not be published.