ରାଜ୍ୟରେ ଶୀତ ଲହରୀ ଜାରି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାଜ୍ୟରେ ଶୀତ ଲହରୀ ଜାରି ରହିଥିବା ବେଳେ, କିଛି ସ୍ଥାନରେ ଘନ କୁହୁଡି ଦୃଶ୍ୟ ମନ ହେଉଛି | ଫଳରେ ବିଳମ୍ବିତ ରାତି ଓ ସକାଳେ ଘନ କୁହୁଡ଼ି ଯୋଗୁଁ ସାଧାରଣ ଜନଜୀବନ ପ୍ରଭାବିତ ହେଉଛି ।

ତେବେ ଆଗାମୀ ୨୪ ଘଣ୍ଟାରେ ରାଜ୍ୟରେ କେତେକ ଅଞ୍ଚଳରେ ଘନ କୁହୁଡ଼ିର ସମ୍ଭାବନା ଥିବା ବେଳେ ଏଥିଲାଗି କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଗାମୀ ୩ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ିର ସମ୍ଭାବନା ଥିବାରୁ ରାଜ୍ୟର କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିସବୁ ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ନୟାଗଡ଼, ଖୋର୍ଦ୍ଧା, କଟକ ଓ ଢେଙ୍କାନାଳ । ଅନ୍ୟପଟେ ଆସନ୍ତାକାଲି ଓ ପରଦିନ ଅର୍ଥାତ ୫ ଓ ୬ ତାରିଖରେ ଉତ୍ତର ଅଭ୍ୟନ୍ତରଣ ଓଡ଼ିଶାର ୪ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି ।

Leave A Reply

Your email address will not be published.