ଓଡ଼ିଆ ନ୍ୟୁଜ୍: ରାଜ୍ୟରେ ପୁଣି ବଢ଼ିବ ଶୀତ । ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ କମିବ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନକୁ ଥରାଇବ ଶୀତ । ପାଣିପାଗ ବିଭାଗ ଏଭଳି ଆକଳନ କରିଛି ।ସୋମବାର ଫୁଲବାଣୀ, ବୌଦ୍ଧ, ଅନୁଗୁଳ, ସୋନପୁର, ବଲାଙ୍ଗୀର, ଟିଟିଲାଗଡ଼, ନୂଆପଡ଼ା, ନବରଙ୍ଗପୁରରେ ରାତି ତାପମାତ୍ରା ୧୦ରୁ ୧୨ ଡିଗ୍ରୀ ଭିତରେ ରହିବ ।
ମଙ୍ଗଳବାର ଫୁଲବାଣୀରେ ୮ ଡିଗ୍ରୀ, କୋରାପୁଟରେ ୯, ବୌଦ୍ଧ ଓ ଭବାନୀପାଟଣାରେ ୧୦, ରାଉରକେଲା, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ୧୧, କେନ୍ଦୁଝର, ଢେଙ୍କାନାଳ ଓ ମାଲକାନଗିରିରେ ରାତି ତାପମାତ୍ରା ୧୨ ଡିଗ୍ରୀ ରହିପାରେ ।୮ ତାରିଖରେ ଅନୁଗୁଳ, ବୌଦ୍ଧ, ଫୁଲବାଣୀ, ଭବାନୀପାଟଣା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଟିଟିଲାଗଡ଼ ଓ ବଲାଙ୍ଗୀରରେ ମଧ୍ୟ ପ୍ରବଳ ଶୀତ ଅନୁଭୂତ ହୋଇପାରେ । ଯାଜପୁର ଓ ନୟାଗଡ଼ରେ ଅତି ଘନ କୁହୁଡ଼ି ରହିପାରେ ।