ଓଡ଼ିଆ ନ୍ୟୁଜ୍: ଆସନ୍ତା ୪ ତାରିଖରୁ ବଢ଼ିବ ଥଣ୍ଡା । ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏ ଖସିଯିବ । ଏବେ ପାରଦ ଉପରମୁହାଁ ହେବା ଯୋଗୁ ଅନେକ ସ୍ଥାନରୁ ଥଣ୍ଡା କମିଛି । କିନ୍ତୁ ୨ଦିନ ପରେ ଥଣ୍ଡା ପୁଣି ବଢ଼ିଯିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୨ ଓ ୩ ତାରିଖ ରାତିରେ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୩ରୁ ୧୫ ଡିଗ୍ରୀ ଉପରେ ରହିବ ।
ଉପକୂଳ ଓଡ଼ିଶାର ବହୁ ସ୍ଥାନରେ ପାରଦ ୧୫ ଡିଗ୍ରୀ ବା ଏହାଠାରୁ ଅଧିକ ରହିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।ଦାରିଙ୍ଗବାଡ଼ିରେ ରାତି ତାପମାତ୍ରା ସବୁଠୁ କମ୍ ବା ୧୧.୫ ଡିଗ୍ରୀ ଅନୁଭୂତ ହୋଇଛି । ଜି.ଉଦୟଗିରିରେ ୧୨.୪, ଝାରସୁଗୁଡ଼ାରେ ୧୩.୭, ବୌଦ୍ଧରେ ୧୩.୮, କେନ୍ଦୁଝର ଓ ଫୁଲବାଣୀରେ ୧୪, ରାଉରକେଲାରେ ୧୪.୫, ଢେଙ୍କାନାଳ ଓ ଅନୁଗୁଳରେ ୧୪.୬, ଝାରସୁଗୁଡ଼ାରେ ୧୩.୭, ଭଦ୍ରକରେ ୧୪, କଟକରେ ୧୫, ବଲାଙ୍ଗିରରେ ୧୫.୨, ସୁନ୍ଦରଗଡ଼ରେ ୧୫.୪, ନୂଆପଡ଼ା ଓ ନବରଙ୍ଗପୁରରେ ୧୫.୫ ଡିଗ୍ରୀ ରେକର୍ଡ ହୋଇଛି ।