ଶୀତରେ ଥରୁଛି ଓଡିଶା, ୧୦ ଡିଗ୍ରୀ ତଳେ ୧୦ ସହର

0

ଓଡ଼ିଆ ନ୍ୟୁଜ୍: ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା । କିଛି ସ୍ଥାନରେ ରାତି ତାପମାତ୍ରା କମିବା ସହ ଅଧିକ ଥଣ୍ଡା ଅନୁଭୂତ ହେବ । ୧୦ରୁ ଅଧିକ ସହରରେ ପାରଦ ୧୦ ଡିଗ୍ରୀ ତଳେ ରହିପାରେ । ଥଣ୍ଡାକୁ ନେଇ ପାଣିପାଗ ବିଭାଗ ଏଭଳି ଆକଳନ କରିଛି । ୧୨ ତାରିଖ ଯାଏ ରାଜ୍ୟର ବିକ୍ଷିପ୍ତ ସ୍ଥାନରେ ଶୀତ ଲହରି ଜାରି ରହିବ ବୋଲି କୁହାଯାଇଛି । ଆଜି ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କନ୍ଧମାଳ ଓ ଝାରସୁଗୁଡ଼ାରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇପାରେ ବୋଲି ପୂର୍ବାନୁମାନ ଦିଆଯାଇଛି । ୧୧ ସ୍ଥାନରେ ରାତି ତାପମାତ୍ରା ୧୦ ଡିଗ୍ରୀ ବା ଏହାଠାରୁ କମ୍ ରେକର୍ଡ ହୋଇଛି । ୪.୮ ଡିଗ୍ରୀ ତାପମାତ୍ରା ସହିତ ଜି ଉଦୟଗିରି ସବୁଠୁ ଥଣ୍ଡା ଅଞ୍ଚଳ ପାଲଟିଛି ।

ସେମିଳିଗୁଡ଼ାରେ ୬.୨, ଫୁଲବାଣୀରେ ୬.୮, ଚିପିଲିମାରେ ୭.୩, ରାଉରକେଲାରେ ୭.୬, ଦାରିଙ୍ଗବାଡ଼ି ଓ ଝାରସୁଗୁଡ଼ାରେ ୮, ଅନୁଗୁଳ ଓ ଭବାନୀପାଟଣାରେ ୯, କିରେଇରେ ୯.୩, କୋରାପୁଟ ଓ ସୁନ୍ଦରଗଡ଼ରେ ରାତି ତାପମାତ୍ରା ୧୦ ଡିଗ୍ରୀ ରେକର୍ଡ ହୋଇଛି । ଝାରସୁଗୁଡ଼ାରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୫.୬ ଡିଗ୍ରୀ କମ୍ ରହିଥିଲା । ଭୋର୍ରୁ ଏଠାରେ ଅସମ୍ଭାଳ ଶୀତ ଅନୁଭୂତ ହେଉଛି।

Leave A Reply

Your email address will not be published.