ଜାଡରେ ଥରୁଛି ସାରା ରାଜ୍ୟ

0

ଓଡ଼ିଆ ନ୍ୟୁଜ୍: ଜାଡ ଥରୁଛି ସାରା ରାଜ୍ୟ । ଉପକୂଳରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଆଡେ ହାଡ଼ଭଙ୍ଗା ଶୀତ । କୋରାପୁଟ ଜିଲ୍ଲା ଦାମନଯୋଡ଼ିରେ ସର୍ବନିମ୍ନ ତାପମାତ୍ରା ୩ ଡିଗ୍ରୀ ରେକର୍ଡ କରାଯାଇଛି । କନ୍ଧମାଳ ଜିଲ୍ଲା ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୪ଡିଗ୍ରୀ ରେକର୍ଡ କରାଯାଇଛି । କନ୍ଧମାଳ ଦାରିଙ୍ଗବାଡ଼ିରେ ପ୍ରବଳ ଶୀତ ସାଙ୍ଗକୁ ତୁଷାରପାତ ଦେଖିବାକୁ ମିଳିଛି । ଆଗାମୀ ସପ୍ତାହ ପର୍ଯ୍ୟନ୍ତ ଶୀତ ଲହରୀରୁ ନାହିଁ ନିସ୍ତାର ।

ପାହାଡିଆ ଅଞ୍ଚଳରେ ୫ ଡିଗ୍ରୀ ତଳେ ରହିପାରେ ତାପମାତ୍ରା । ରାଜ୍ୟର ଅନ୍ୟାନ୍ୟ ସ୍ଥାନ ଗୁଡ଼ିକରେ ମଧ୍ୟ ତଳ ମୁହାଁ ରହିବ ପାରଦ । ଭାରତୀୟ ପାଣିପାଗ ବିଜ୍ଞାନ ଏଭଳି ଆକଳନ କରିଛି । ଜାତୀୟ ରାଜପଥରେ କୁହୁଡିର ପ୍ରଭାବ, ଜନଜୀବନ ଅସ୍ତବ୍ୟସ୍ତ । ଝାରସୁଗୁଡ଼ାରେ ହାଡ଼ଭଙ୍ଗା ଶୀତ ଅନୁଭୂତ ହେଉଛି । ସକାଳ ୫ଟା ୩୦ ସୁଦ୍ଧା ଏଠାରେ ତାପମାତ୍ରା ୮.୮ ଡିଗ୍ରି ରେକର୍ଡ କରାଯାଇଛି ।

Leave A Reply

Your email address will not be published.