ଓଡ଼ିଆ ନ୍ୟୁଜ୍: ଆମ ବସ୍’ ଧକ୍କାରେ ମୃତ ଅଟୋ ଚାଳକଙ୍କ ସଂପର୍କୀୟଙ୍କୁ ୪ ଲକ୍ଷ ସହାୟତା। CMRFରୁ ୪ ଲକ୍ଷ ଟଙ୍କା ସହାୟତା ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା। ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଯାଜପୁର ଅଟୋ ଚାଳକ ବିଷ୍ଣୁ ପାତ୍ରଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା।ଗତକାଲି ରୂପାଲି ଛକରେ ଆମ ବସ୍ ଧକ୍କାରେ ବିଷ୍ଣୁଙ୍କ ଜୀବନ ଯାଇଥିଲା।
ଏ ଘଟଣାରେ ଆହତ ହୋଇଥିବା ଛାତ୍ରୀଙ୍କ ଆଶୁ ଆରୋଗ୍ୟ ମଧ୍ୟ ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି। ତେବେ ‘ଆମ ବସ’ ପରିବହନରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ମୁଖ୍ୟମନ୍ତ୍ରୀ ଗଭୀର ଚିନ୍ତା ପ୍ରକଟ କରିଛନ୍ତି। ଆମ ବସ ପରିଚାଳନା ସଂସ୍ଥା CRUT ସହିତ ସମନ୍ୱୟ ରକ୍ଷା କରି ଏ ସମସ୍ୟାରେ ଉନ୍ନତି ଆଣିବା ପାଇଁ ପଦକ୍ଷେପ ନେବାକୁ ସେ ପରିବହନ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।